ପୋଲସରା ସହରକୁ ଜଗିବ ସିସିଟିଭି

ପୋଲସରା,୭।୧(ଡି.ଏନ.ଏ.): ପୋଲସରା ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବଢ଼ିବାରେ ଲାଗିଛି, ଯାହାକି ପୋଲିସ୍‌ ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ତେଣୁ ଅସାମାଜିକଙ୍କ ଗତିବିଧି ଅନୁଧ୍ୟାନ କରିବା ସହିତ ନିୟନ୍ତ୍ରଣ କରିବା ପାଇଁ ପୋଲସରା ପୋଲିସ ପକ୍ଷରୁ ସହରରେ ସିସିଟିଭି ଲଗାଯାଇଛି। ଶୁକ୍ରବାର ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ଓ ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟଙ୍କ ତତ୍ତ୍ୱାବଧାନରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଦ୍ୱାରା ସିସିଟିଭି ଓ ପୁରୁଣା ଥାନାର ଏକ ସ୍ବତନ୍ତ୍ର ଗୃହ ଉଦଘାଟନ ହୋଇଛି। ସହରର ଆଇନଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ଉଚିତ ପଦକ୍ଷେପ ଗ୍ରହଣ କରିଛନ୍ତି। ସହରର ପ୍ରବେଶ ପଥ କଙ୍କୋରଡ଼ା ଛକଠାରୁ ଆରମ୍ଭ କରି ସହରର ଶେଷ ପ୍ରମୁଖ ବେଲଗାଁ ଛକ ପର୍ଯ୍ୟନ୍ତ ସିସିଟିଭି କ୍ୟାମେରା ଲଗାଇଛନ୍ତି। କାକୁଡ଼ିଆ ଛକ ଦେଇ ପୋଲସରା ସହରକୁ ପ୍ରବେଶ କରୁଥିବା ଲଙ୍ଗଳେଶ୍ୱର ମନ୍ଦିର ପ୍ରବେଶ ଛକ, ରାଣୀପଡା, ତହସିଲ କାର୍ଯ୍ୟାଳୟ ଛକ, ବଜାରସାହି ଛକ, ମାଛ ମାର୍କେଟ ଛକ, ବସଷ୍ଟାଣ୍ଡ ଛକ, ଗୋପବନ୍ଧୁ ଛକ, ଷ୍ଟେଟବ୍ୟାଙ୍କ ଛକ, ବ୍ଲକ ଛକ, ଲୁଣିଘାଟି ଛକ, ପେଟ୍ରୋଲ ପମ୍ପ ଛକରେ ସିସିି କ୍ୟାମେରା ଲଗାଯାଇଛି। ସେହିପରି ପୁରୁଣା ଥାନାକୁ ସମ୍ପୂର୍ଣ୍ଣ ନବକଳେବର କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ପୁରଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ଅତିରିକ୍ତ ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ସାହା, ଏନ୍‌ଏସି ଅଧ୍ୟକ୍ଷ ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ପ୍ରଧାନ, ଜିଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ କୁମାର ନାୟକ, ଝୁନୁ ଦାସ, ପୂର୍ବତନ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ପ୍ରଧାନ, ଏମ୍‌ପି ପ୍ରତିନିଧି ମୋତିରାମ ସାହୁଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ ଓ ସ୍ଥାନୀୟ ଲୋକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନାମାଙ୍କନ ଭରିଲେ କହ୍ନାଇ, ସରୋଜ

ବୌଦ୍ଧ,୧।୫(ଅଜିତ କୁମାର ବାରିକ): ମେ’ ୨୦ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ମୀନା ମାଝି

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୀନା ମାଝି ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ ତାଙ୍କ ସମର୍ଥକଙ୍କ ସହ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri