ପୋଲସରା ସହରକୁ ଜଗିବ ସିସିଟିଭି

ପୋଲସରା,୭।୧(ଡି.ଏନ.ଏ.): ପୋଲସରା ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବଢ଼ିବାରେ ଲାଗିଛି, ଯାହାକି ପୋଲିସ୍‌ ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ତେଣୁ ଅସାମାଜିକଙ୍କ ଗତିବିଧି ଅନୁଧ୍ୟାନ କରିବା ସହିତ ନିୟନ୍ତ୍ରଣ କରିବା ପାଇଁ ପୋଲସରା ପୋଲିସ ପକ୍ଷରୁ ସହରରେ ସିସିଟିଭି ଲଗାଯାଇଛି। ଶୁକ୍ରବାର ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ଓ ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟଙ୍କ ତତ୍ତ୍ୱାବଧାନରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଦ୍ୱାରା ସିସିଟିଭି ଓ ପୁରୁଣା ଥାନାର ଏକ ସ୍ବତନ୍ତ୍ର ଗୃହ ଉଦଘାଟନ ହୋଇଛି। ସହରର ଆଇନଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ଉଚିତ ପଦକ୍ଷେପ ଗ୍ରହଣ କରିଛନ୍ତି। ସହରର ପ୍ରବେଶ ପଥ କଙ୍କୋରଡ଼ା ଛକଠାରୁ ଆରମ୍ଭ କରି ସହରର ଶେଷ ପ୍ରମୁଖ ବେଲଗାଁ ଛକ ପର୍ଯ୍ୟନ୍ତ ସିସିଟିଭି କ୍ୟାମେରା ଲଗାଇଛନ୍ତି। କାକୁଡ଼ିଆ ଛକ ଦେଇ ପୋଲସରା ସହରକୁ ପ୍ରବେଶ କରୁଥିବା ଲଙ୍ଗଳେଶ୍ୱର ମନ୍ଦିର ପ୍ରବେଶ ଛକ, ରାଣୀପଡା, ତହସିଲ କାର୍ଯ୍ୟାଳୟ ଛକ, ବଜାରସାହି ଛକ, ମାଛ ମାର୍କେଟ ଛକ, ବସଷ୍ଟାଣ୍ଡ ଛକ, ଗୋପବନ୍ଧୁ ଛକ, ଷ୍ଟେଟବ୍ୟାଙ୍କ ଛକ, ବ୍ଲକ ଛକ, ଲୁଣିଘାଟି ଛକ, ପେଟ୍ରୋଲ ପମ୍ପ ଛକରେ ସିସିି କ୍ୟାମେରା ଲଗାଯାଇଛି। ସେହିପରି ପୁରୁଣା ଥାନାକୁ ସମ୍ପୂର୍ଣ୍ଣ ନବକଳେବର କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ପୁରଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ, ଅତିରିକ୍ତ ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ସାହା, ଏନ୍‌ଏସି ଅଧ୍ୟକ୍ଷ ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ପ୍ରଧାନ, ଜିଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ କୁମାର ନାୟକ, ଝୁନୁ ଦାସ, ପୂର୍ବତନ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ପ୍ରଧାନ, ଏମ୍‌ପି ପ୍ରତିନିଧି ମୋତିରାମ ସାହୁଙ୍କ ସମେତ ସମସ୍ତ ପୋଲିସ କର୍ମଚାରୀ ଓ ସ୍ଥାନୀୟ ଲୋକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri