Posted inଜାତୀୟ

ଥାନା ହାଜତରେ ଲାଗିବ ସିସିଟିଭି

ନୂଆଦିଲ୍ଲୀ, ୩।୧୨: ଦେଶର ସମସ୍ତ ଥାନା ଏବଂ ସିବିଆଇ, ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଦି ତଦନ୍ତକାରୀ ସଂସ୍ଥାରେ ସିସିଟିଭି କ୍ୟାମେରା ଲଗାଇବା ବାଧ୍ୟତାମୂଳକ। ଉକ୍ତ କ୍ୟାମେରାରେ ନାଇଟ୍‌ ଭିଜନ ସାଙ୍ଗକୁ ଅଡିଓ ରେକର୍ଡିଂ ସୁବିଧା ରହିବ। ହାଜତରେ ଅତ୍ୟାଚାର ରୋକିବା ଲାଗି ସୁପ୍ରିମକୋର୍ଟ ବୁଧବାର ଏଭଳି ଐତିହାସିକ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କୁ ପ୍ରତ୍ୟେକ ଥାନାରେ ସିସିଟିଭି କ୍ୟାମେରା ଲଗାଇବାକୁ କୁହାଯାଇଛି। ଏହି କ୍ୟାମେରା ଥାନାର ଜେରା ପ୍ରକୋଷ୍ଠ, ହାଜତ, ପ୍ରବେଶ ଓ ପ୍ରସ୍ଥାନ ପଥ, କରିଡର, ଲବି, ଅଭ୍ୟର୍ଥନା ପ୍ରକୋଷ୍ଠ, ଇନ୍‌ସ୍ପେକ୍ଟର ଓ ସବ୍‌ଇନ୍ସପେକ୍ଟରଙ୍କ ପ୍ରକୋଷ୍ଠରେ ରହିବ।
ଅଧିକାଂଶ ତଦନ୍ତକାରୀ ସଂସ୍ଥା ସେମାନଙ୍କ କାର୍ଯ୍ୟାଳୟରେ ଜେରା କରୁଥିବାରୁ ସେହିସବୁ ଅଫିସରେ ସିସିଟିଭି କ୍ୟାମେରା ଲଗାଇବା ବାଧ୍ୟତାମୂଳକ ବୋଲି ବିଚାରପତି କହିଛନ୍ତି। ସେହିପରି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ, ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ଏବଂ ଗୁରୁତର ଜାଲିଆତି ତଦନ୍ତ କାର୍ଯ୍ୟାଳୟରେ ମଧ୍ୟ ସିସିଟିଭି କ୍ୟାମେରା ଲଗାଇବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ସିସିଟିଭିର ଅଡିଓ ଏବଂ ଭିଡିଓ ରେକର୍ଡିଂ ଆବଶ୍ୟକ ସ୍ଥଳେ ପ୍ରମାଣ ପାଇଁ ୧୮ ମାସ ପର୍ଯ୍ୟନ୍ତ ସଂରକ୍ଷିତ ରଖିବାକୁ ହେବ। ରାଜ୍ୟ ସରକାରଗୁଡ଼ିକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କ୍ୟାମେରା ଲଗାଇବା ପାଇଁ କ’ଣ କାର୍ଯ୍ୟଯୋଜନା କରିଛନ୍ତି, ୬ ସପ୍ତାହ ମଧ୍ୟରେ ଜଣାଇବେ। ସମ୍ବିଧାନର ଧାରା ୨୧ ଅନୁଯାୟୀ ଜୀବନ ଓ ବ୍ୟକ୍ତିଗତ ସ୍ବାଧୀନତା ସୁରକ୍ଷା ମୌଳିକ ଅଧିକାରର ସୁରକ୍ଷାକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ପଞ୍ଜାବର ଏକ ହାଜତ ନିର୍ଯାତନା ମାମଲାର ଶୁଣାଣି ବେଳେ ସେଠାରେ ସୁରକ୍ଷା କ୍ୟାମେରା ଲଗାଯାଇ ନ ଥିବା ଜାଣିବା ପରେ ସର୍ବୋଚ୍ଚ ଅଦାଲତ ଏହା କହିଛନ୍ତି। ସିସିଟିଭି କ୍ୟାମେରା ଲଗାଇବା ପାଇଁ ୨୦୧୮ରେ ସୁପ୍ରମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ହେଁ ତାହା କାର୍ଯ୍ୟକାରୀ ହୋଇ ନ ଥିବାରୁ ଖଣ୍ଡପୀଠ କ୍ଷୁବ୍ଧ ହୋଇଥିଲେ। ସିସିଟିଭି କ୍ୟାମେରା ଲଗାଇବା ପାଇଁ ପାଣ୍ଠି ବ୍ୟବସ୍ଥା କରିବା ସହ ହାଜତ ନିର୍ଯାତନା ଅଭିଯୋଗର ଶୁଣାଣି ଲାଗି ପ୍ରତି ଜିଲାରେ ମାନବାଧିକାର କୋର୍ଟ ସ୍ଥାପନ ଲାଗି ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଜାନୁୟାରୀ ୨୭ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri