Posted inଜାତୀୟ

ଥାନା ହାଜତରେ ଲାଗିବ ସିସିଟିଭି

ନୂଆଦିଲ୍ଲୀ, ୩।୧୨: ଦେଶର ସମସ୍ତ ଥାନା ଏବଂ ସିବିଆଇ, ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଦି ତଦନ୍ତକାରୀ ସଂସ୍ଥାରେ ସିସିଟିଭି କ୍ୟାମେରା ଲଗାଇବା ବାଧ୍ୟତାମୂଳକ। ଉକ୍ତ କ୍ୟାମେରାରେ ନାଇଟ୍‌ ଭିଜନ ସାଙ୍ଗକୁ ଅଡିଓ ରେକର୍ଡିଂ ସୁବିଧା ରହିବ। ହାଜତରେ ଅତ୍ୟାଚାର ରୋକିବା ଲାଗି ସୁପ୍ରିମକୋର୍ଟ ବୁଧବାର ଏଭଳି ଐତିହାସିକ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କୁ ପ୍ରତ୍ୟେକ ଥାନାରେ ସିସିଟିଭି କ୍ୟାମେରା ଲଗାଇବାକୁ କୁହାଯାଇଛି। ଏହି କ୍ୟାମେରା ଥାନାର ଜେରା ପ୍ରକୋଷ୍ଠ, ହାଜତ, ପ୍ରବେଶ ଓ ପ୍ରସ୍ଥାନ ପଥ, କରିଡର, ଲବି, ଅଭ୍ୟର୍ଥନା ପ୍ରକୋଷ୍ଠ, ଇନ୍‌ସ୍ପେକ୍ଟର ଓ ସବ୍‌ଇନ୍ସପେକ୍ଟରଙ୍କ ପ୍ରକୋଷ୍ଠରେ ରହିବ।
ଅଧିକାଂଶ ତଦନ୍ତକାରୀ ସଂସ୍ଥା ସେମାନଙ୍କ କାର୍ଯ୍ୟାଳୟରେ ଜେରା କରୁଥିବାରୁ ସେହିସବୁ ଅଫିସରେ ସିସିଟିଭି କ୍ୟାମେରା ଲଗାଇବା ବାଧ୍ୟତାମୂଳକ ବୋଲି ବିଚାରପତି କହିଛନ୍ତି। ସେହିପରି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ, ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ଏବଂ ଗୁରୁତର ଜାଲିଆତି ତଦନ୍ତ କାର୍ଯ୍ୟାଳୟରେ ମଧ୍ୟ ସିସିଟିଭି କ୍ୟାମେରା ଲଗାଇବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ସିସିଟିଭିର ଅଡିଓ ଏବଂ ଭିଡିଓ ରେକର୍ଡିଂ ଆବଶ୍ୟକ ସ୍ଥଳେ ପ୍ରମାଣ ପାଇଁ ୧୮ ମାସ ପର୍ଯ୍ୟନ୍ତ ସଂରକ୍ଷିତ ରଖିବାକୁ ହେବ। ରାଜ୍ୟ ସରକାରଗୁଡ଼ିକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କ୍ୟାମେରା ଲଗାଇବା ପାଇଁ କ’ଣ କାର୍ଯ୍ୟଯୋଜନା କରିଛନ୍ତି, ୬ ସପ୍ତାହ ମଧ୍ୟରେ ଜଣାଇବେ। ସମ୍ବିଧାନର ଧାରା ୨୧ ଅନୁଯାୟୀ ଜୀବନ ଓ ବ୍ୟକ୍ତିଗତ ସ୍ବାଧୀନତା ସୁରକ୍ଷା ମୌଳିକ ଅଧିକାରର ସୁରକ୍ଷାକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ପଞ୍ଜାବର ଏକ ହାଜତ ନିର୍ଯାତନା ମାମଲାର ଶୁଣାଣି ବେଳେ ସେଠାରେ ସୁରକ୍ଷା କ୍ୟାମେରା ଲଗାଯାଇ ନ ଥିବା ଜାଣିବା ପରେ ସର୍ବୋଚ୍ଚ ଅଦାଲତ ଏହା କହିଛନ୍ତି। ସିସିଟିଭି କ୍ୟାମେରା ଲଗାଇବା ପାଇଁ ୨୦୧୮ରେ ସୁପ୍ରମକୋର୍ଟ ନିର୍ଦ୍ଦେଶ ଦେଇଥିଲେ ହେଁ ତାହା କାର୍ଯ୍ୟକାରୀ ହୋଇ ନ ଥିବାରୁ ଖଣ୍ଡପୀଠ କ୍ଷୁବ୍ଧ ହୋଇଥିଲେ। ସିସିଟିଭି କ୍ୟାମେରା ଲଗାଇବା ପାଇଁ ପାଣ୍ଠି ବ୍ୟବସ୍ଥା କରିବା ସହ ହାଜତ ନିର୍ଯାତନା ଅଭିଯୋଗର ଶୁଣାଣି ଲାଗି ପ୍ରତି ଜିଲାରେ ମାନବାଧିକାର କୋର୍ଟ ସ୍ଥାପନ ଲାଗି ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଜାନୁୟାରୀ ୨୭ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri