ଲାଗିବ ସିସିଟିଭି, ମରାମତି ହେବ ନାଟମଣ୍ଡପ

ପୁରୀ ଅଫିସ,୧୪।୫: ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ରାଜ୍ୟ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଶୁକ୍ରବାର ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ ନାଟମନ୍ଦିର ସ୍ଥିତି ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ ମାମଲା ନେଇ ହାଇକୋର୍ଟରେ ଏଏସ୍‌ଆଇ ସତ୍ୟପାଠ ଦାଖଲ କରିବା ପରେ ସୁପରିଣ୍ଟେଣ୍ଡେଣ୍ଟଙ୍କର ଏହା ଥିଲା ପ୍ରଥମ ପୁରୀ ଗସ୍ତ। ସେ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପରେ ସେ ମନ୍ଦିର ପରିସର ବୁଲି ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଥିଲେ। ସେହିପରି ଶ୍ରୀମନ୍ଦିରକୁ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଓ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଯାଇ ରଥଯାତ୍ରା ପ୍ରସ୍ତୁତି ନେଇ ଆଲୋଚନା କରିଥିଲେ। ଶ୍ରୀମନ୍ଦିର ପରିସରରେ ୨୩୬ଟି ସିସିଟିଭି ଲଗାଯିବ। ଏଥିପାଇଁ ଟେଣ୍ଡର ସରିଛି। ଏଏସ୍‌ଆଇ ତତ୍ତ୍ୱାବଧାନରେ କାର୍ଯ୍ୟ ହେବ। ନବାଦିନାତ୍ମକ ଘୋଷଯାତ୍ରା ବେଳେ ଶ୍ରୀମନ୍ଦିର ଖାଲିପଡ଼ିବ। ତେଣୁ ଏହି ସମୟରେ ସିସିଟିଭି ଲଗାଯିବ ବୋଲି ନିଷ୍ପତ୍ତି ହୋଇଛି। କେଉଁ ସବୁ ସ୍ଥାନରେ ସିସିଟିଭି ଲଗାଯିବ ସେନେଇ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ଆଲୋଚନା କରିଥିଲେ। ଏହି ଅବସରରେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଭି.ଏସ୍‌. ଚନ୍ଦ୍ରଶେଖର, ସୁପରିଣ୍ଟେଣ୍ଡେଣ୍ଟ ଯନ୍ତ୍ରୀ ଆଶିଷ ସୁବୁଦ୍ଧି ଏବଂ ଏଏସ୍‌ଆଇର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଯନ୍ତ୍ରୀ ଚିତ୍ତରଞ୍ଜନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ସିସିଟିିଭି ସଂଯୋଗ ସମ୍ପର୍କିତ ସବିଶେଷ ସୂଚନା ଏଏସ୍‌ଆଇକୁ ଦିଆଯାଇଛି। ସୁରକ୍ଷା ଦୃଷ୍ଟିକୋଣରୁ କେଉଁ ସବୁ ସ୍ଥାନରେ ସିସିଟିଭି ଲଗାଯିବ ସେନେଇ ଏଏସ୍‌ଆଇକୁ ଅବଗତ କରାଯାଇଛି। ସେହିପରି ଗର୍ଭଗୃହ ଓ ନାଟମଣ୍ଡପ ମରାମତି ପାଇଁ ଏଏସ୍‌ଆଇ ପଦକ୍ଷେପ ନେଉଛି। ସୁରକ୍ଷା ପ୍ରଶାସକ ଓ ଯନ୍ତ୍ରୀମାନେ ସମ୍ପୃକ୍ତ ସ୍ଥାନଗୁଡ଼ିକ ଦେଖାଇଛନ୍ତି। ନାଟମଣ୍ଡପରେ ହୋଇଥିବା ଫାଟ ମଧ୍ୟ ମରାମତି କରାଯିବ ବୋଲି ସୂଚନା ମିଳିଛି। ଏହାପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରାଯାଇଛି। ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ରକୁ ନିଷିଦ୍ଧାଞ୍ଚଳରୁ ବାହାରକରି ନିୟନ୍ତ୍ରିତ ଅଞ୍ଚଳରେ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଭର୍ଚୁଆଲ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଯାଦବ, ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସମର୍ଥ ବର୍ମା ଉପସ୍ଥିତ ଥିଲେ। ହାଇକୋର୍ଟରେ ଏଏସ୍‌ଆଇ ସାନି ରିପୋର୍ଟ ଦାଖଲ କରିବା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ଉଦ୍ଦେଶ୍ୟରେ ଏହି ବୈଠକ କରାଯାଇଥିବା ସୂଚନା ମିଳିଛି। ତେବେ ପରିକ୍ରମା ପ୍ରକଳ୍ପ ମାମଲା ଏବେ ହାଇକୋର୍ଟରେ ବିଚାରାଧୀନ ଥିବାରୁ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ମଲ୍ଲିକ ଏ ସଂକ୍ରାନ୍ତରେ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?