ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ ଜଣକ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ରଶ୍ମିରଞ୍ଜନ ସେଠୀ। ସେ କଟକ ଉନ୍ନୟନ କର୍ତ୍ତୃପକ୍ଷ (CDA) ରେ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ମୃତ୍ୟୁକୁ ନେଇ ଏବେ ସନ୍ଦେହ ସୃଷ୍ଟି ହୋଇଛି। ପରିବାର ଲୋକେ ଏହାକୁ ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଅଭିଯୋଗ ଆଣିଛନ୍ତି।

ସୂଚନା ଅନୁଯାୟୀ, ରଶ୍ମିରଞ୍ଜନଙ୍କ ସ୍ତ୍ରୀ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି ଏବଂ ସେ ଆଜିମାବାଦରେ ଭଡ଼ା ରହୁଥିଲେ। ଗତ ଜୁଲାଇ ୧୬ ତାରିଖରେ ସ୍ତ୍ରୀଙ୍କ ଜନ୍ମଦିନ ଥିବାରୁ ରଶ୍ମିରଞ୍ଜନ ବାଲେଶ୍ୱର ଆସିଥିଲେ। ମାତ୍ର ଶୁକ୍ରବାର ସେହି ଭଡ଼ା ଘରୁ ତାଙ୍କର ଝୁଲନ୍ତା ମୃତଦେହ ମିଳିଥିଲା। ଖବର ପାଇ ସହଦେବଖୁଣ୍ଟା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲା, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରଶ୍ମିରଞ୍ଜନଙ୍କ ପରିବାର ଲୋକେ ଏହି ମୃତ୍ୟୁକୁ ସହଜରେ ଗ୍ରହଣ କରିପାରି ନାହାନ୍ତି। ତାଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଲିଖିତ ଅଭିଯୋଗ ହେବା ପରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଅନ୍ୟପଟେ ଘଟଣାସ୍ଥଳରୁ ଏକ ସୁଇସାଇଡ୍ ନୋଟ୍ ମଧ୍ୟ ମିଳିଛି, ଯାହାକୁ ସାଇଣ୍ଟିଫିକ୍ ଟିମ୍ ଜବତ କରିଛି। ତେବେ ସେହି ସୁଇସାଇଡ୍ ନୋଟ୍ ରଶ୍ମିରଞ୍ଜନ ନିଜେ ଲେଖିଛନ୍ତି ନା ଏହା ପଛରେ ଅନ୍ୟ କାହାର ହାତ ଅଛି, ସେ ନେଇ ପୋଲିସ ହ୍ୟାଣ୍ଡରାଇଟିଂ ଯାଞ୍ଚ କରୁଛି। ପ୍ରାଥମିକ ତଦନ୍ତରୁ ପାରିବାରିକ କଳହ ଯୋଗୁ ରଶ୍ମିରଞ୍ଜନ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ପୋଲିସ ଅନୁମାନ କରୁଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ସତ୍ୟାସତ୍ୟ ପଦାକୁ ଆସିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri