ସିଡିଏ ସେକ୍ଟର-୯ କଣ୍ଟେନ୍‌ମେଣ୍ଟ ଜୋନ୍‌: ବିପଦ ବଢ଼ାଇଲେ ଆକ୍ରାନ୍ତ ପୋଲିସ ଅଧିକାରୀ

କଟକ ଅଫିସ,୨୮ା୬-କଟକ ସିଡିଏ ସେକ୍ଟର-୯ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଟକ ମହାନନଗର ନିଗମ (ସିଏମ୍‌ସି) ରବିବାର ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅଞ୍ଚଳରେ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ସିଏମ୍‌ସି ସୂଚନା ଦେଇଛି। ଦକ୍ଷିଣରେ ମୁଖ୍ୟରାସ୍ତା ସମ୍ମୁଖ ପ୍ଲଟ୍‌ ନଂ ଡି-୪୭ରୁ ଡି-୪୯, ପଶ୍ଚିମରେ ପ୍ଲଟ୍‌ ନମ୍ବର ଡି-୧ରୁ ଡି-୪୯, ଉତ୍ତରରେ ଆମ୍ବତୋଟା ରାସ୍ତାର ଡି-୧ରୁ ବି-୩୪ ଏବଂ ପୂର୍ବରେ ପ୍ଲଟ୍‌ ନମ୍ବର ବି-୩୫ର ପଛପାଖରୁ ଏ-୪୬ ପର୍ଯ୍ୟନ୍ତ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି।
ସିଏମ୍‌ସି କମିଶନର ଅନନ୍ୟା ଦାସ କହିଛନ୍ତି ଯେ, ସିଡିଏ ସେକ୍ଟର-୯ ଅଞ୍ଚଳରୁ ଜଣେ ପୋଲିସ ଅଧିକାରୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଅଞ୍ଚଳ ଜନଗହଳିପୂର୍ଣ୍ଣ ହୋଇଥିବା ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଛି। ଏଣୁ ଆକ୍ଟିଭ୍‌ ଟ୍ରେସିଂର ଆବଶ୍ୟକତା ହେଉଛି। ବାହାର ଅଞ୍ଚଳରୁ ଲୋକଙ୍କ ପ୍ରବେଶ ଓ ଏହି ଅଞ୍ଚଳରୁ ବାହାରକୁ ଯିବା ଉପରେ କଟକଣା ଜାରି କରିବା ପାଇଁ ଏହାକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଛି। କଣ୍ଟେନ୍‌ମେଣ୍ଟ ଅଞ୍ଚଳରେ ସମସ୍ତ ପ୍ରକାର ଗତିବିଧି ବାରଣ ରହିଛି। ଗାଡ଼ି ଚଳାଚଳ ଓ ସାଧାରଣ ଲୋକଙ୍କ ଚଳପ୍ରଚଳ ମନା ହୋଇଛି। ଅଞ୍ଚଳର ସମସ୍ତ ବାସିନ୍ଦାଙ୍କୁ ଘରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri