୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ନୟାଗଡ଼ ଜିଲା ଗଣିଆ ନିକଟସ୍ଥ ମହାନଦୀରୁ ପାଣିଆଣି ଗଞ୍ଜାମ ଜିଲାର ୧୧ଟି ବ୍ଲକ ଓ ୫ଟି ଏନ୍‌ଏସିକୁ ପାଇପ ଯୋଗେ ପାଣିଦେବା ଲକ୍ଷ୍ୟ ରଖାଯାଇଛି। କିନ୍ତୁ ପାଣି ମହାନଦୀର କେଉଁଠୁ ଉଠିବ ତାହା ଆଜି ପର୍ଯ୍ୟନ୍ତ ଚୁଡାନ୍ତ ହୋଇନାହିଁ। ତେଣୁ ପ୍ରକଳ୍ପ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ୨୦୨୫ ଜୁନ ମାସ ସୁଧା ଉକ୍ତ ପ୍ରକଳ୍ପ କାର୍ଯ୍ୟ ସରିବା ଲକ୍ଷ୍ୟ ରଖାଯାଇଥିଲା। କିନ୍ତୁ ତାହା ବର୍ତ୍ତମାନ ୨୦୨୭ ପରେ ହିଁ ସରିବା ସମ୍ଭାବନା ରହିଛି। ପ୍ରକଳ୍ପ କାର୍ଯ୍ୟ ଯେତେ ବିଳମ୍ବ ହେବେ ଲୋକେ ପାଣି ପାଇବାରେ ସେତେ ଅସୁବିଧାର ସମ୍ମୁଖୀନ ହେବେ। ବିଜେଡି ସରକାର ସମୟରେ ୨୦୨୨ ମସିହାରୁ ଉକ୍ତ ପ୍ରକଳ୍ପ ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ମାତ୍ର ପୂର୍ବ ସରକାର କେଉଁଠୁ ପାଣି ଉଠିବ ବହୁଦିନ ପର୍ଯ୍ୟନ୍ତ ତାହା ଚୁଡାନ୍ତ କରି ପାରି ନ ଥିଲେ। ଯେଉଁଠି ଚୂଡ଼ାନ୍ତ ହେଉଥିଲା ସେଠି କେନ୍ଦ୍ର ସରକାରଙ୍କ ପରିବେଶ ବିଭାଗର ଅନୁମତି ଲୋଡ଼ା ପଡୁଥିଲା। କେନ୍ଦ୍ର ସରକାର ଅନୁମତି ଦେବାରେ ବିଳମ୍ବ କରିବା ଯୋଗୁ ଉକ୍ତ ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ହେଉଛି। ର୍ତ୍ତମାନ ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଉକ୍ତ ପ୍ରକଳ୍ପ କାର୍ଯ୍ୟ କିଭଳି ଶୀଘ୍ର ହୋଇପାରିବ ସେଥିପ୍ରତି ଦୃଷ୍ଟି ଦେଇଛନ୍ତି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମଧ୍ୟ ଏନେଇ ବାରମ୍ବାର ପ୍ରକଳ୍ପ ଅଗ୍ରଗତି ନେଇ ସମୀକ୍ଷା କରୁଛନ୍ତି। ଏହିଭଳି ପରିସ୍ଥିତିରେ ସୋମବାର ଗଞ୍ଜାମ ଜିଲା ମୁଖ୍ୟ ଉନ୍ନୟନ ଅଧିକାରିଣୀ ମଧୁସ୍ମିତା ହଠାତ୍‌ ଗାୟଗଣ୍ଡାଠାରେ ଚାଲିଥିବା ଜଳ ବିଶୋଧନଗାର ପ୍ରକଳ୍ପ ବୁଲି ଦେଖିଥିଲେ। ଏହି ସମୟରେ ସିଡିଓ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବା ପାଇଁ ଉପସ୍ଥିତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟପଟେ ପାଣି ଉଠାଇବା ସ୍ଥାନ ଚୟନ ହୋଇ ନ ଥିଲେ ମଧ୍ୟ ଅନ୍ୟାନ୍ୟ କାମ ଚାଲିଛି। ସିଡିଓଙ୍କ ଗସ୍ତ ସମୟରେ ଭଞ୍ଜନଗର ବିଡିଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକ୍ଷଣଯନ୍ତ୍ରୀ, ଭଞ୍ଜନଗର ବ୍ଲକ ସହକାରୀ ନିର୍ବହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଗଣିଆ ନିକଟରୁ ପାଣି ବଡ ବଡ ପାଇପରେ ଆଣି ଜଗନ୍ନାଥପ୍ରସାଦ ବ୍ଲକ ଗାୟଗଣ୍ଡାଠାରେ ଚାଲିଥିବା ଜଳ ବିଶୋଧନଗାରରେ ମହଜୁଦ ରଖାଯିବ। ସେଠୁ ସମସ୍ତ ଅଞ୍ଚଳକୁ ପାଣି ପାଇପ ଯୋଗେ ଛଡ଼ାଯିବ। ତେଣୁ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଗୋଟିଏ ସମ୍ପ ଏବଂ ଓଭରହ୍ୟାଡ ପାଣି ଟାଙ୍କି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧିରେ ଗୁରୁତ୍ୱପୂର୍ଣ୍ଣ ଥିଲା ଭଞ୍ଜନଗରର ଭୂମିକା

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ରବିବାର ଓଡିଆ ଭାଷା ସାହିତ୍ୟର ଶ୍ରୀବୃଦ୍ଧି ସାଧନରେ ଭଞ୍ଜନଗରର ଭୂମିକା ଉପରେ ଏକ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri