Posted inଜାତୀୟ

ସିଡିଏସ୍‌ଙ୍କ ହେଲିକପ୍ଟର ଦୁର୍ଘଟଣା ଯାଞ୍ଚରେ ସାମିଲ ହୋଇପାରେ ରୁଷିଆ

ନୂଆଦିଲ୍ଲୀ,୧୦ ।୧୨: ଗତ ବୁଧବାର କୁନ୍ନୁରର ନୀଳଗୀରି ଅଞ୍ଚଳରେ ବାୟୁସେନାର ଏମ୍‌ଆଇ୧୭ ଭି୫ ହେଲିକପ୍ଟର ଦୁର୍ଘଟଣା ହେବା ଫଳରେ ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣ ଶହୀଦ ହୋଇଥିଲେ । ଏବେ ପ୍ରତିରକ୍ଷା ମନ୍ତ୍ରଣାଳୟର ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ଘଟଣାର ଯାଞ୍ଚ କରାଯାଉଛି । ଏୟାର ମାର୍ଶାଲ ମାନବେନ୍ଦ୍ର ସିଂଙ୍କ ନେତୃତ୍ୱରେ ଟିମ୍ ପାଣିପାଗର ସ୍ଥିତି ଓ ଦୁର୍ଘଟଣାର କାରଣ ଜାଣିବା ପାଇଁ ଦୁର୍ଘଟଣା ସ୍ଥଳରେ ଡ୍ରୋନ୍ ଲଗାଇଛନ୍ତି । ଫ୍ଲାଇଟ ଡାଟା ରେକର୍ଡ ପ୍ରଥମରୁ ସଂଗ୍ରହ କରାଯାଇଛି । ଟିମ୍ ବିସ୍ତୃତ ଭାବେ ଟେକନିକ ମୂଲ୍ୟାଙ୍କନ କରିବ ଓ ମନ୍ତ୍ରଣାଳୟକୁ ରିପୋର୍ଟ ଦେବ । ବାୟୁସେନା ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଯଦି ଉଡାଣ ଡାଟା ରେକର୍ଡରରେ ପେନ ଡ୍ରାଇଭକୁ ନେଇ କିଛି ଅସୁବିଧା ଉପୁଜେ ତେବେ ଟିମ୍ ରୁଷିଆ ପ୍ରତିରକ୍ଷା ବିଶେଷଜ୍ଞ ଟିମଙ୍କ ସାହାଯ୍ୟ ନେଇପାରେ । କାରଣ ଦୁର୍ଘଟଣା ହୋଇଥିବା ଏମ୍‌ଆଇ ୧୭ ଭି୫ ହେଲିକପ୍ଟର ରୁଷିଆ ଦ୍ୱାରା ନିର୍ମିତ ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri