Posted inଜାତୀୟ

ସିଡିଏସ୍‌ ବିପିନ୍‌ ରାଓ୍ବତଙ୍କ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ…

କୁନ୍ନୁର,୮।୧୨: ତାମିଲନାଡୁର କୁନ୍ନୁର ଜିଲାରେ ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର ମଧ୍ୟାହ୍ନ ୧୨ଟା ୨୦ରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ବିମାନରେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ବିପିନ ରାଓ୍ବତଙ୍କ ସମେତ ୧୪ ଜଣ ସେନା ଅଧିକାରୀ ଯାତ୍ରା କରୁଥିଲେ। ଇତିମଧ୍ୟରେ ୧୧ ମୃତ ଦେହ ଉଦ୍ଧାର କରାଯାଇଛି। ସେହିପରି ୩ ଜଣ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ହେଲିକପ୍ଟର ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ପାଗ ଖରାପ ଅବା କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା କୁହାଯାଉଛି।

ଲକ୍ଷ୍ୟସ୍ଥଳଠାରୁ ୧୦ କିଲୋମିଟରର ଦୂରରେ ହେଲିକପ୍ଟରଟି ଦୁର୍ଘଟଣା ଗ୍ରସ୍ତ ହୋଇଛି। ବିପନ ରାୱତ ଏହି ହେଲିକପ୍ଟରରେ ଥିବା ନେଇ ଭାରତୀୟ ବାୟୁସେନା ଟୁଇଟ୍‌ କରି ସୂଚନା ପ୍ରଦାନ କରିଛି।

ଦୁର୍ଘଟଣା ଘଟିବାର ଘଣ୍ଟାଏ ପରେ ସୂଚନା ପ୍ରଦାନ କରାଯାଇଥିଲା ଯେ, ରାଓ୍ବତଙ୍କୁ ଗୁରୁତର ଅବସ୍ତାରେ ଓ୍ବିଲିଂଟନ୍‌ ମିଲିଟାରୀ ହସ୍ପିଟାଲର ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ତେବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ନେଇ କୌଣସି ସୂଚନା ପ୍ରଦାନ କରାଯାଇ ନାହିଁ।

ଦୁର୍ଘଟଣା ପରେ ହେଲିକପ୍ଟରରୁ ନିଆଁ ଜଳିବା ଆରମ୍ଭ କରିଥିଲା। ହେଲିକପ୍ଟର ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ହେଲିକପ୍ଟରରେ ଯାତ୍ରା କରୁଥିବା ଲୋକଙ୍କ ତାଲିକା ଜାରି ହୋଇଛି। ସେମାନଙ୍କ ମଧ୍ୟରେ ସିଡିଏସ ବିପିନ ରାୱତ ଏବଂ ତାଙ୍କ କର୍ମଚାରୀଙ୍କ ବ୍ୟତୀତ ତାଙ୍କ ପରିବାରର କିଛି ସଦସ୍ୟ ମଧ୍ୟ ଥିଲେ।

ଜେନେରାଲ ରାୱତଙ୍କ ବ୍ୟତୀତ ହେଲିକପ୍ଟରରେ ଥିବା ଲୋକମାନଙ୍କ ମଧ୍ୟରେ ମଧୁଲିକା ରାୱତ, ବ୍ରିଗେଡିୟର୍‌ ଏଲ.ଏସ ଲିଡର୍‌, ଲ୍ୟୁଟନାଟ୍‌ କର୍ନଲ ହରଜିନ୍ଦର ସିଂ, ଗୁରୁସେଓଓ୍ବକ ସିଂ, ଜିତେନ୍ଦ୍ର କୁମାର, ବିବେକ କୁମାର, ବି ସାଇ ତେଜା ଏବଂ ହାଭିଲଦାର ସତ୍ୟପାଲ ରହିଛନ୍ତି। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri