ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା(ସିଇଏ) କେ.ବି ସୁବ୍ରମଣ୍ୟମ କହିଛନ୍ତି। କରୋନା ଲଢ଼େଇରେ ଭାକ୍ସିନ ଏକମାତ୍ର ଅସ୍ତ୍ର ଥିବା ବେଳେ ଯଦି ଟିକାକରଣ ଗତିକୁ ଆହୁରି ବୃଦ୍ଧି କରାଯାଏ ତେବେ ତୃତୀୟ ଲହର ଆସିବା ଆଶଙ୍କା ଆହୁରି କମିଯିବ ବୋଲି ସୁବ୍ରମଣ୍ୟମ କହିଛନ୍ତି। ତେଣୁ ସେପ୍ଟେମ୍ବର ସୁଦ୍ଧା ଦେଶର ୭୦ କୋଟି ଲୋକଙ୍କୁ ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବାକୁ ଥିବା ବେଳେ ଡିସେମ୍ବର ଶେଷ ସୁଦ୍ଧା ୧୮ରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା ଦିଆଯିବା ନେଇ ଲକ୍ଷ୍ୟ ରଖାଯାଇଛି। ଅନ୍ୟପଟେ ଦ୍ୱିତୀୟ ଲହରରେ ଅର୍ଥବ୍ୟବସ୍ଥାକୁ ନେଇ ସୁବ୍ରମଣ୍ୟମ କହିଛନ୍ତି, ବର୍ତ୍ତମାନ ଏହା ଉପରେ ଅଧିକ ପ୍ରଭାବ ପଡ଼ି ନାହିଁ ଏବଂ ତ୍ରୈମାସିକ ସୁଦ୍ଧା ଏଥିରେ ସୁଧାର ଆସିବା ଆରମ୍ଭ ହୋଇଯିବ। ଲକ୍‌ଡାଉନ ଯୋଗୁ କିଛିମାତ୍ରାରେ ଅର୍ଥନୀତିରେ ପ୍ରଭାବ ପଡ଼ିଛି। ଅନ୍ୟପଟେ ବିଶେଷଜ୍ଞ ମତ ଅନୁସାରେ ଜୁନ ୧୫ ପରେ କରୋନା ସଂକ୍ରମଣର ପଜିଟିଭ୍‌ ହାର କମ୍‌ ହୋଇଯିବ ବୋଲି ସୁବ୍ରମଣ୍ୟମ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri