ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା(ସିଇଏ) କେ.ବି ସୁବ୍ରମଣ୍ୟମ କହିଛନ୍ତି। କରୋନା ଲଢ଼େଇରେ ଭାକ୍ସିନ ଏକମାତ୍ର ଅସ୍ତ୍ର ଥିବା ବେଳେ ଯଦି ଟିକାକରଣ ଗତିକୁ ଆହୁରି ବୃଦ୍ଧି କରାଯାଏ ତେବେ ତୃତୀୟ ଲହର ଆସିବା ଆଶଙ୍କା ଆହୁରି କମିଯିବ ବୋଲି ସୁବ୍ରମଣ୍ୟମ କହିଛନ୍ତି। ତେଣୁ ସେପ୍ଟେମ୍ବର ସୁଦ୍ଧା ଦେଶର ୭୦ କୋଟି ଲୋକଙ୍କୁ ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବାକୁ ଥିବା ବେଳେ ଡିସେମ୍ବର ଶେଷ ସୁଦ୍ଧା ୧୮ରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା ଦିଆଯିବା ନେଇ ଲକ୍ଷ୍ୟ ରଖାଯାଇଛି। ଅନ୍ୟପଟେ ଦ୍ୱିତୀୟ ଲହରରେ ଅର୍ଥବ୍ୟବସ୍ଥାକୁ ନେଇ ସୁବ୍ରମଣ୍ୟମ କହିଛନ୍ତି, ବର୍ତ୍ତମାନ ଏହା ଉପରେ ଅଧିକ ପ୍ରଭାବ ପଡ଼ି ନାହିଁ ଏବଂ ତ୍ରୈମାସିକ ସୁଦ୍ଧା ଏଥିରେ ସୁଧାର ଆସିବା ଆରମ୍ଭ ହୋଇଯିବ। ଲକ୍‌ଡାଉନ ଯୋଗୁ କିଛିମାତ୍ରାରେ ଅର୍ଥନୀତିରେ ପ୍ରଭାବ ପଡ଼ିଛି। ଅନ୍ୟପଟେ ବିଶେଷଜ୍ଞ ମତ ଅନୁସାରେ ଜୁନ ୧୫ ପରେ କରୋନା ସଂକ୍ରମଣର ପଜିଟିଭ୍‌ ହାର କମ୍‌ ହୋଇଯିବ ବୋଲି ସୁବ୍ରମଣ୍ୟମ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri