Posted inଜାତୀୟ

କିଛିଦିନ ପାଇଁ ନୂଆ ସିଇସି ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ ରଖାଯାଉ: ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ ପରେ କାହିଁକି ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୧୭।୨:ଦେଶର ନୂତନ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ନିଯୁକ୍ତି ଦେବା ପାଇଁ ସୋମବାର ଚୟନ କମିଟିର ବୈଠକ ହୋଇଛି ପିଏମଓରେ ଅନୁଷ୍ଠିତ ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗ ଦେଇଥିଲେ। ବୈଠକରେ ରାହୁଲ ଗାନ୍ଧୀ କହିଛନ୍ତି, ସୁପ୍ରିମକୋର୍ଟ ସିଇସିଙ୍କ ନିଯୁକ୍ତି ମାମଲାର ନିରନ୍ତର ଶୁଣାଣି କରୁଛନ୍ତି। ଏପରି ପରିସ୍ଥିତିରେ ନୂତନ ନିଯୁକ୍ତି ସମ୍ପର୍କିତ ନିଷ୍ପତ୍ତି କିଛି ଦିନ ପାଇଁ ସ୍ଥଗିତ ରଖିବା ଉଚିତ। ଏଥିରେ ଅହଂକାର ରଖିବାର କୌଣସି ଅର୍ଥ ନାହିଁ। ଏହା ଗଣତନ୍ତ୍ରର ଦାବି। ସଆଜିର ବୈଠକକୁ ସ୍ଥଗିତ ରଖିବା ପାଇଁ ରାହୁଲଙ୍କ ପରାମର୍ଶ ଗ୍ରହଣ କରାଯାଇ ନାହିଁ।
ବୈଠକ ଶେଷରେ ମିଳିତ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଭି କହିଛନ୍ତି, ଚୟନ କମିଟିର ଭାରତର ପ୍ରଧାନ ବିଚାରପତିଙ୍କୁ ହଟାଇଦେଇ ସରକାର ନିର୍ବାଚନ କମିଶନକୁ ନିଜନ୍ତ୍ରଣରେ ରଖିବା ଏବଂ ଏହାର ବିଶ୍ୱସନୀୟତା ବଜାୟ ନ ରଖିବାକୁ ଚାହାନ୍ତି ବୋଲି ସ୍ପଷ୍ଟ ହୋଇଛି। ସେ କହିଛନ୍ତି, ସିଇସି ଏବଂ ଅନ୍ୟ ନିର୍ବାଚନ କମିଶନଙ୍କ ନିଯୁକ୍ତି ପାଇଁ ନୂଆ ଆଇନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଏହା ଅଦାଲତଙ୍କ ବିଚାରାଧୀନ ଥିବାବେଳେ ୧୯ ତାରିଖରେ ପରବର୍ତ୍ତୀ ଶୁଣାଣି ହେବାକୁ ଯାଉଛି। ତ୍ୱରିତ୍‌ ଶୁଣାଣି ପାଇଁ ସରକାର ଅଦାଲତଙ୍କୁ ନିବେଦତନ କରନ୍ତୁ ବୋଲି କଂଗ୍ରେସ କହିଛି। ଶୁଣାଣି ପର୍ଯ୍ୟନ୍ତ ବୈଠକ ସ୍ଥଗିତ ରଖିବାକୁ କଂଗ୍ରେସ ସରକାରଙ୍କୁ ପ୍ରସ୍ତାବ ଦେଇଥିବା ସିଙ୍ଘଭି କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଚୟନ କମିଟି ବୈଠକ ବସି ପରବର୍ତ୍ତୀ ସିଇସିଙ୍କ ନାମ ଚୂଡ଼ାନ୍ତ ହୋଇଥିବା ଏକ ସୂତ୍ରରୁ ଜଣାପଡ଼ିଛି। କମିଟି ଖୁବ୍‌ଶୀଘ୍ର ନୂଆ ସିଇସିଙ୍କ ନାମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୁପାରିସ କରିବେ। ଚୟନ କମିଟିରେ ମୋଦିଙ୍କ ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri