Posted inଜାତୀୟ

କିଛିଦିନ ପାଇଁ ନୂଆ ସିଇସି ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ ରଖାଯାଉ: ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ ପରେ କାହିଁକି ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୧୭।୨:ଦେଶର ନୂତନ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ନିଯୁକ୍ତି ଦେବା ପାଇଁ ସୋମବାର ଚୟନ କମିଟିର ବୈଠକ ହୋଇଛି ପିଏମଓରେ ଅନୁଷ୍ଠିତ ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଯୋଗ ଦେଇଥିଲେ। ବୈଠକରେ ରାହୁଲ ଗାନ୍ଧୀ କହିଛନ୍ତି, ସୁପ୍ରିମକୋର୍ଟ ସିଇସିଙ୍କ ନିଯୁକ୍ତି ମାମଲାର ନିରନ୍ତର ଶୁଣାଣି କରୁଛନ୍ତି। ଏପରି ପରିସ୍ଥିତିରେ ନୂତନ ନିଯୁକ୍ତି ସମ୍ପର୍କିତ ନିଷ୍ପତ୍ତି କିଛି ଦିନ ପାଇଁ ସ୍ଥଗିତ ରଖିବା ଉଚିତ। ଏଥିରେ ଅହଂକାର ରଖିବାର କୌଣସି ଅର୍ଥ ନାହିଁ। ଏହା ଗଣତନ୍ତ୍ରର ଦାବି। ସଆଜିର ବୈଠକକୁ ସ୍ଥଗିତ ରଖିବା ପାଇଁ ରାହୁଲଙ୍କ ପରାମର୍ଶ ଗ୍ରହଣ କରାଯାଇ ନାହିଁ।
ବୈଠକ ଶେଷରେ ମିଳିତ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଭି କହିଛନ୍ତି, ଚୟନ କମିଟିର ଭାରତର ପ୍ରଧାନ ବିଚାରପତିଙ୍କୁ ହଟାଇଦେଇ ସରକାର ନିର୍ବାଚନ କମିଶନକୁ ନିଜନ୍ତ୍ରଣରେ ରଖିବା ଏବଂ ଏହାର ବିଶ୍ୱସନୀୟତା ବଜାୟ ନ ରଖିବାକୁ ଚାହାନ୍ତି ବୋଲି ସ୍ପଷ୍ଟ ହୋଇଛି। ସେ କହିଛନ୍ତି, ସିଇସି ଏବଂ ଅନ୍ୟ ନିର୍ବାଚନ କମିଶନଙ୍କ ନିଯୁକ୍ତି ପାଇଁ ନୂଆ ଆଇନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଏହା ଅଦାଲତଙ୍କ ବିଚାରାଧୀନ ଥିବାବେଳେ ୧୯ ତାରିଖରେ ପରବର୍ତ୍ତୀ ଶୁଣାଣି ହେବାକୁ ଯାଉଛି। ତ୍ୱରିତ୍‌ ଶୁଣାଣି ପାଇଁ ସରକାର ଅଦାଲତଙ୍କୁ ନିବେଦତନ କରନ୍ତୁ ବୋଲି କଂଗ୍ରେସ କହିଛି। ଶୁଣାଣି ପର୍ଯ୍ୟନ୍ତ ବୈଠକ ସ୍ଥଗିତ ରଖିବାକୁ କଂଗ୍ରେସ ସରକାରଙ୍କୁ ପ୍ରସ୍ତାବ ଦେଇଥିବା ସିଙ୍ଘଭି କହିଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଚୟନ କମିଟି ବୈଠକ ବସି ପରବର୍ତ୍ତୀ ସିଇସିଙ୍କ ନାମ ଚୂଡ଼ାନ୍ତ ହୋଇଥିବା ଏକ ସୂତ୍ରରୁ ଜଣାପଡ଼ିଛି। କମିଟି ଖୁବ୍‌ଶୀଘ୍ର ନୂଆ ସିଇସିଙ୍କ ନାମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୁପାରିସ କରିବେ। ଚୟନ କମିଟିରେ ମୋଦିଙ୍କ ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri