ଅସୁରକ୍ଷିତ ଏମ୍‌କେସିଜି: ସୁପରସ୍ପେଶାଲିଟି ବ୍ଲକରୁ ପୁଣି ଖସିଲା ସିଲିଂ

ବ୍ରହ୍ମପୁର ଅଫିସ,୧୪।୧୦: ଏମ୍‌କେସିଜି ମେଡିକାଲ ଏବେ ଅସୁରକ୍ଷିତ ହୋଇପଡ଼ିଛି। ସୁପରସ୍ପେଶାଲିଟି (ଏସ୍‌ଏସ୍‌) କୋଠାରେ ଅଗ୍ନିକାଣ୍ଡ ଘଟଣା ପରଠାରୁ ୪ଥର ଉକ୍ତ ବ୍ଲକରୁ ସିଲିଂ ଖସିଛି। ଉକ୍ତ ବ୍ଲକର ତୃତୀୟ ମହଲାରେ ଥିବା ଏଣ୍ଡୋକ୍ରିନୋଲୋଜି ବିଭାଗ ଛାତରୁ ଗତ ସେପ୍ଟେମ୍ବର ୯ ତାରିଖରେ ସିଲିଂ ଖସିଥିବା ବେଳେ ପୁଣିଥରେ ଅକ୍ଟୋବର ୧୪ ସିଲିଂ ଖସିଛି। ଏହି ଘଟଣାରେ ରୋଗୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଗତ ସେପ୍ଟେମ୍ବର ୮ ତାରିଖରେ ଉକ୍ତ କୋଠାର ଚତୁର୍ଥ ମହଲାର ଓଟି କମ୍ପ୍ଲେକ୍ସରୁ ସିଲିଂ ଖସିଥିବା ବେଳେ ୯ ତାରିଖରେ ଏଣ୍ଡୋକ୍ରିନୋଲୋଜି ୱାର୍ଡ଼ରେ ସିଲିଂ ଖସିଥିଲା। ସୌଭାଗ୍ୟ କ୍ରମେ ଏଥିରେ କେହି ଆହତ ହୋଇ ନ ଥିଲେ।
ଏହି ଘଟଣାକୁ ନେଇ ରୋଗୀ ମହଲରେ ଭୟର ବାତାବରଣ ଖେଳି ଯାଇଛି। ପ୍ରକାଶଥାଉ କି, ଏମକେସିଜିରେ ପ୍ରାୟ ୧୫୦ କୋଟି ଟଙ୍କା ବ୍ୟୟରେ ସୁପରସ୍ପେଶାଲିଟି ବ୍ଲକ୍‌ ତିଆରି କରାଯାଇଛି। ସେଠାରେ ସମସ୍ତ ସୁପରସ୍ପେଶାଲିଟି ବିଭାଗ କାର୍ଯ୍ୟକ୍ଷମ ରହିଛି। କୋଠାର ପଞ୍ଚମ ମହଲାରେ ଓଟି କମ୍ପ୍ଲେକ୍ସ ରହିଛି। ଗତ ଅଗଷ୍ଟ ୨୬ରେ ସୁପରସ୍ପେଶାଲିଟି କୋଠାର ୫ମ ମହଲାରେ ଥିବା ଓଟି କମ୍ପ୍ଲେକ୍ସର ୟୁରୋଲୋଜି ବିଭାଗ ଓଟିରେ ଶର୍ଟ ସର୍କିଟ୍‌ ହୋଇ ଅଗ୍ନିକାଣ୍ଡ ଘଟିଥିଲା। ଫଳରେ ବିଦ୍ୟୁତ୍‌ ତାରଗୁଡ଼ିକ ପୋଡ଼ି ଯାଇଥିବା ବେଳେ ଓଟିର ବିଭିନ୍ନ ପ୍ରକାର ଯନ୍ତ୍ରପାତି ମଧ୍ୟ ନିଆଁ ଲାଗି ନଷ୍ଟ ହୋଇଯାଇଥିଲା। ସେହିଦିନଠାରୁ ଓଟି କମ୍ପ୍ଲେକ୍ସ ବନ୍ଦ କରି ଦିଆଯାଇଥିବା ବେଳେ ଗତ ୧୩ ତାରିଖରୁ କାର୍ଯ୍ୟକ୍ଷମ କରାଯାଇଛି। ପୂର୍ବରୁ ରୋଗୀଙ୍କ ସମ୍ପର୍କୀୟ ବସିବା ପାଇଁ ରହିଥିବା ହଲର ଛାତରୁ ସିଲିଂ ଖସିଥିଲା। ଏହି ଘଟଣା ପରେ ସେପ୍ଟେମ୍ବର ୯ରେ ପୁଣିଥରେ ଏଣ୍ଡୋକ୍ରିନୋଲୋଜି ବିଭାଗ ଇନଡୋର୍‌ ଛାତରୁ ସିଲିଂ ଖସି ରୋଗୀଙ୍କ ପାଇଁ ଥିବା ଶଯ୍ୟା(ବେଡ୍‌) ଉପରେ ପଡିଥିଲା। ମେଡିକାଲର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହିତ ମରାମତି ବ୍ୟବସ୍ଥା ଚାଲୁ ରହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?