Posted inରାଜ୍ୟ

ଘରେ ରହି ପାଳନ କରନ୍ତୁ ପୂଜା; ସତର୍କତା ଅବଲମ୍ବନ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ଭିଡିଓବାର୍ତ୍ତା ମାଧ୍ୟମରେ ସମ୍ବୋଧନ କରିଛନ୍ତି। ଶାରଦୀୟ ପୂଜା ସମୟରେ ସତର୍କତା ଅବଲମ୍ବନ କରିବାକୁ ସେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଭିଡିଓବାର୍ତ୍ତାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ‘ରାଜ୍ୟ ଗତ ୭ ମାସ ହେବ ମହାମାରୀ କରୋନା ବିରୋଧରେ ଲଢ଼େଇ ଜାରି ରଖିଛି। ଏଥିଲାଗି ସମସ୍ତଙ୍କୁ ଅନେକ କଷ୍ଟ ଓ ତ୍ୟାଗ ସ୍ବୀକାର କରିବାକୁ ପଡ଼ୁଛି। କରୋନା ଯୋଗୁ ପିଲାମାନେ ଓ ବୟସ୍କ ଲୋକମାନଙ୍କୁ ଘରେ ରହିବାକୁ ପଡ଼ୁଛି। କରୋନା ମହାମାରୀ ଭୟାବହତା ଯୋଗୁ ପିଲାମାନେ ସ୍କୁଲ ସାଙ୍ଗସାଥୀ ଓ ଖେଳିବାର ମଜା ନେଇପାରୁ ନାହାନ୍ତି। ବୟସ୍କ ଓ ପିଲାମାନେ ଘରେ ରହିବା ଦ୍ୱାରା କରୋନା ବିରୋଧରେ ଲଢ଼େଇକୁ ଆମେ ଭଲ ଭାବରେ ଲଢ଼ିପାରିବା।’
ଏହି ଅବସରରେ ଆହୁରି ମଧ୍ୟ କହିଛନ୍ତି, ଓଡ଼ିଶା କରୋନା ସଂକ୍ରମଣକୁ ରୋକିବାରେ ସଫଳ ହୋଇଛି। ଏଥିରେ ରାଜ୍ୟର ସବୁ ନାଗରିକଙ୍କ ସହଯୋଗ ରହିଛି। ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଆଗକୁ ଏହା ଆହୁରି କମିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତା ପ୍ରକାଶ କରିଛନ୍ତି। ଗଞ୍ଜାମ ଓ ଗଜପତିର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ୨ ମାସ ତଳେ ଗଞ୍ଜାମ ହଟ୍‌ସ୍ପଟ ଥିଲା। ପ୍ରତ୍ୟେକ ଦିନ ଏଠାରୁ ଶହ ଶହ ପଜିଟିଭ ମାମଲା ସାମ୍ନାକୁ ଆସୁ୍‌ଥିଲା। ତେବେ ଲୋକଙ୍କ ସହଯୋଗ, ସାମୁହିକ ଯୋଗଦାନ ଓ କୋଭିଡ୍‌ ଯୋଦ୍ଧାଙ୍କ ପରିଶ୍ରମ ସଫଳ ହୋଇଛି। ଏହି ଦୁଇ ଜିଲାରେ ସଂକ୍ରମଣ ହ୍ରାସ ପାଇବା ଅନ୍ୟ ଜିଲା ପାଇଁ ପ୍ରେରଣା ହୋଇଛି।
କରୋନା ଭୟଙ୍କର ରୂପ ନେବାକୁ ଥିବା ବିଶେଷଜ୍ଞମାନେ ଆକଳନ କରିଛନ୍ତି। ତେଣୁ ମୁଖ୍ୟମନ୍ତ୍ରୀ ଶୀତଋତୁ ସମତେ ଦୁର୍ଗାପୂଜା ଓ ଦୀପାବଳୀ ସମୟରେ ଅଧିକ ସତର୍କତା ଅବଲମ୍ବନ କରିବାକୁ ଗୁରୁତ୍ୱଆରୋପ କରିଛନ୍ତି। ସର୍ବସାଧାରଣ ସ୍ଥାନରେ ଭିଡ଼ ନ ଜମାଇ ଘରେ ରହି ମା’ଙ୍କ ପୂଜା କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ଏଥିସହ ହାତଧୁଆ ଓ ସାମାଜି ଦୂରତା ଉପରେ ଗୁରୁତ୍ୱ ଦେବାକୁ କହିଛନ୍ତି। ରାଜ୍ୟବାସୀଙ୍କୁ ପୂଜା ଅଭିନନ୍ଦନ ଜଣାଇବା ସହିତ ମା’ଙ୍କ ପାଖରେ ସଂକ୍ରମଣ ଯେପରି ନ ବଢ଼ିବ ସେଥିଲାଗି ଶପଥ ନେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?