ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଶୁକ୍ରବାର ରାଜଗାଙ୍ଗପୁର ତଳକିପଡ଼ାର ୫୯ ବର୍ଷୀୟ ରାଜେଶ ଗୁପ୍ତା ନିଜ ପରିବାର ଓ ବନ୍ଧୁଙ୍କ ଗହଣରେ ବିବାହବାର୍ଷିକୀ ପାଳନ ପାଇଁ ଖଣ୍ଡାଧାର ଇକୋ କଟେଜ୍‌ର ୪ଟି କଟେଜ୍‌ ବୁକ୍‌ କରିଥିଲେ। ରାତିରେ ନାଚଗୀତ ମଧ୍ୟରେ ହର୍ଷ ଉଲ୍ଲାସ ସହ ୩୦ତମ ବିବାହ ବାର୍ଷିକୀ ପାଳନ କଲେ।  ଆଜି ସକାଳେ ଉଠି ପ୍ରାତଃ ଭ୍ରମଣ କରିବା ସମୟରେ ହଠାତ୍‌ ରାଜେଶ ଲନ୍‌ରେ ଟଳି ପଡ଼ିଥିଲେ। ଘଟଣା ଦେଖି ଆତ୍ମୀୟ ସଜନ ଓ ବନ କର୍ମଚାରୀ ସେଠାରୁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ ହେଁ ଏଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଉପଖଣ୍ଡ ଚିକିତ୍ସାଳୟ ପରିସରରେ ଆତ୍ମୀୟ ସ୍ବଜନମାନେ ଅପେକ୍ଷା କରି ରହିଛନ୍ତି। ଲହୁଣିପଡ଼ା ପୋଲିସ ଉପଖଣ୍ଡ ଚିକିତ୍ସାଳୟରେ ତଦନ୍ତ ଜାରି ରଖିଛି l ବଣାଇଁ ଉପଖଣ୍ଡ ଚିକିତ୍ସାଳୟରେ ମୃତଦେହ ରହିଥିବା ବେଳେ ବ୍ୟବଚ୍ଛେଦ ପରେ ହସ୍ତାନ୍ତର କରାଯିବ ବୋଲି ପୋଲିସ ସ୍ପଷ୍ଟ କରିଛି। ୩୦ ବର୍ଷର ବିବାହବାର୍ଷିକୀ ପାଳନ କରିବାକୁ ଆସିଥିବା ୫୯ ବର୍ଷୀୟ ରାଜେଶ ବର ଶବ ପାଲଟିବା ଘଟଣା ବଣାଇଁ ସମେତ ରାଜଗାଙ୍ଗପୁରରେ ଚର୍ଚ୍ଚାର ବିଷୟ ପାଲଟିଛି। ଅପରପକ୍ଷରେ କାହିଁକି ବନବିଭାଗ ପକ୍ଷରୁ ସୂଚନା ଦିଆ ନ ଯିବା ଓ ବିଭାଗ ପ୍ରଚ୍ଛଦପଟରେ ରହିଛି ସେଥିନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri