ଧରିତ୍ରୀ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ବକୃତା ପ୍ରତିଯୋଗିତା

ଛତ୍ରପୁର,୪।୭(ସନ୍ତୋଷ ପାଢ଼ୀ ): ଧରିତ୍ରୀ ଖବରକାଗଜର ୫୦ ବର୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଖଲିକୋଟ ଏକକ ବିଶ୍ୱବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ର ମାନଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା ମଙ୍ଗଳବାର ଆୟୋଜନ କରାଯାଇଥିଲା। ଗଣମାଧ୍ୟମ, ଗଣତନ୍ତ୍ର ଓ ଯୁବପିଢୀ ବିଷୟ ଉପରେ ଅନୁଷ୍ଠିତ ଉକ୍ତ ପ୍ରତିଯୋଗୀତାରେ ବିଶବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ଅଂଶ ଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାକୁ ବିଶବିଦ୍ୟାଳୟ ପିଜି କାଉନସିଲ ଚେୟାରମ୍ୟାନ ଡକ୍ଟର ଇଲା ରାଣୀ ପଟ୍ଟନାୟକ ଶୁଭାରମ୍ଭ କରିବା ସହ ଧରିତ୍ରୀର ପ୍ରଶଂସା କରିଥିଲେ । ଡେପୁଟି ନିୟୁଜ ଏଡିଟର ଲାଲା ସୁନୀଲ କୁମାର ରଥ ଏଥିରେ ଯୋଗଦେଇ ଧରିତ୍ରୀ ସମ୍ପର୍କରେ ସୂଚନା ଦେଇ ୫୦ ବର୍ଷ ପାଳନର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ଉକ୍ତ ପ୍ରତିଯୋଗିତାରେ ପ୍ରଥମ ଭାବେ ଶ୍ରୀମନ୍ତ ବେହେରା, ଦ୍ୱିତୀୟ ଯୁଗ୍ମ ଭାବେ ସିଏଚ୍‌ ମାନଭି ଓ ଅନମୋଲ ଆଚାର୍ଯ୍ୟ, ତୃତୀୟ ଭାବେ ଶ୍ରୀତମ କୁମାର ଜେନାଙ୍କୁ ଚୟନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ଅବସରପ୍ରାପ୍ତ ପ୍ରଫେସର ଡକ୍ଟର ଲମ୍ବୋଦର ପାଣିଗ୍ରାହୀ, ଖଲିକୋଟ ଏକକ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ମୁଖ୍ୟ ଡକ୍ଟର ବିଦୂତ ପ୍ରଭା ସାହୁ ଯୋଗଦେଇଥିଲେ। ବ୍ରହ୍ମପୁର ସଂସ୍କରଣ ଡେସ୍କ ମୁଖ୍ୟ ସରୋଜ ପଟ୍ଟନାୟକ, ବରିଷ୍ଠ ଖବରଦାତା ନରସିଂହ ସାହୁ, ଖବରଦାତା ସ୍ମୃତି ରଞ୍ଜନ ମହାଲିକ, ଗଞ୍ଜାମ ଜିଲା ପ୍ରତିନିଧି ସନ୍ତୋଷ କୁମାର ପାଢ଼ୀ, ପ୍ରସାରଣ ବିଭାଗର ମ୍ୟାନେଜର ମଳୟ କୁମାର ସାହୁ, ଖବରଦାତା ସୁବାସ ପାଢ଼ୀ, ତନୁଶ୍ରୀ ନାହାକ, ଖବରଦାତା ବିଦ୍ୟାଧର ସାହୁ, ବ୍ରହ୍ମପୁର ଫଟୋଗ୍ରାଫର ସମୀର କୁମାର ରଥ ପ୍ରମୁଖ ଉପସ୍ଥିତଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri