Posted inଜାତୀୟ

ଆ-କା-ମା-ବୈ ଉଚ୍ଚାରଣରେ କମ୍ପିଲା ହାଇଦ୍ରାବାଦ

ହାଇଦ୍ରାବାଦ,୮।୧୧: ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇବା ପାଇଁ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ପାଳନ ହୁଏ ବୋଇତ ବନ୍ଦାଣ ଉତ୍ସବ। ଏଥିପାଇଁ ମଙ୍ଗଳବାର ପୁରପଲ୍ଲୀରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସବୁଠି ଉତ୍ସବମୁଖର। ସକାଳୁ ନଦୀ, ପୁଷ୍କରିଣୀ ଏପରିକି ମହୋଦଧିରେ ବହୁସଂଖ୍ୟାରେ ଲୋକମାନେ ଡଙ୍ଗା ଭସାଇ ଏହି ମହାନ ପରମ୍ପରାକୁ ମନେ ପକାଇଛନ୍ତି। କେବଳ ରାଜ୍ୟ ନୁହେଁ ପ୍ରବାସୀ ଓଡ଼ିଆମାନେ ମଧ୍ୟ ରାଜ୍ୟ ବାହାରେ ଏହି ଉତ୍ସବକୁ ଖୁବ ଆନନ୍ଦ ଉଲ୍ଲାସର ସହ ପାଳନ କରିଛନ୍ତି। ହାଇଦ୍ରାବାଦରେ ଉତ୍କଳ ୟୁଥ୍‌ ଆସୋସିଏସନ ପକ୍ଷରୁ ଏକ ଭବ୍ୟ ବୋଇତ ବନ୍ଦାଣ ଉତ୍ସବ ଆୟୋଜିତ ହୋଇଥିଲା। ହଜାର ହଜାର ଓଡ଼ିଆ ବେଶ ଆନନ୍ଦ ଉଲ୍ଲାସର ସହ ପାଳନ କରିଥିଲେ ବୋଇତ ବନ୍ଦାଣ ଉତ୍ସବ। ହାଇଦ୍ରାବାଦ ସ୍ଥିତ ପ୍ରସିଦ୍ଧ ମାଲକମ ଚେରୁଭୁ ହ୍ରଦରେ ଆ-କା-ମା-ବୈ ଉଚ୍ଚାରଣ ସହ ପାଣିରେ ଭସାଇଥିଲେ ସୁନ୍ଦର ସୁନ୍ଦର ହାତ ତିଆରି ଡଙ୍ଗା। ଏହି ଅବସରରେ ବରିଷ୍ଠ ଅଭିନେତା ତଥା ରାଜ୍ୟ ଚଳଚ୍ଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ କୁନା ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ପ୍ରବାସୀ ଓଡ଼ିଆ ଲୋକମାନଙ୍କ ସହ ଭାବ ବିନିମୟ କରିବା ସହ ସେ ଓଡ଼ିଆ ସଂସ୍କୃତି ଏବଂ ନୌବାଣିଜ୍ୟ ପରମ୍ପରା ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ଏଥିରେ ଡାକ୍ତର ଅନୁରାଧା ପଣ୍ଡା ଓ ଡାକ୍ତର ନିହାର ରଞ୍ଜନ ପ୍ରଧାନ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ କୁନି କୁନି ସାଧବପୁଅ ଓ ସାଧବବୋହୁ, ମୁରୁଜ, ମୋ ବୋଇତ ଆଦି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏଥିସହ ସାମୁହିକ ଦୀପଦାନ, ଆକାଶ ଦୀପ ଆଦି କାର୍ଯ୍ୟକ୍ରମ ସହ ପ୍ରସାଦ ସେବନର ମଧ୍ୟ ଆୟୋଜନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?