ଭିନ୍ନ ଢଙ୍ଗରେ ପାଳିଲେ ସାଧାରଣତନ୍ତ୍ର ଦିବସ: ଚିଦାନନ୍ଦ କୁଷ୍ଠ ରୋଗୀ ରିଲିଫ କେନ୍ଦ୍ରରେ ପହଞ୍ଚିଲେ…

ଭଞ୍ଜନଗର,୨୬।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ପୁରୁଷ ଶାଖା (୧) ପକ୍ଷରୁ ସୋମବାର ସାଧାରଣତନ୍ତ୍ର ଦିବସ କିଛି ଅଲଗା ଭାବରେ ପାଳନ କରାଯାଇଥିଲା । ସ୍ବେଛାସେବୀ ମାନେ ଭଞ୍ଜନଗର ବ୍ଲକ ବଡକୋଦଣ୍ଡା ଗ୍ରାମ ପଞ୍ଚାୟତ ଅଧୀନ ଚିଦାନନ୍ଦ କୁଷ୍ଠ ରୋଗୀ ରିଲିଫ କେନ୍ଦ୍ରରେ ପହଞ୍ଚି ଅନ୍ତେବାସୀ ମାନଙ୍କ ସହ ମିଶି ଗଣତନ୍ତ୍ର ଦିବସ ପାଳନ କରିଥିଲେ। ଏହା ପୁର୍ବରୁ ସ୍ବେଚ୍ଛାସେବୀ ମାନେ ସେଠାରେ ଚିଦାନନ୍ଦ ଆଶ୍ରମ କର୍ମକର୍ତ୍ତାଙ୍କ ସହ ମିଶି ସଫେଇ କାର୍ଯ୍ୟ କରିଥିଲେ। ଷପରେ ଅନ୍ତେବାସୀମାନଙ୍କୁ ପ୍ରାୟ ୧୫ ଦିନ ପାଇଁ ଆଳୁ, ପିଆଜ, ପତ୍ରକୋବି, କମଳା, ଆପେଲ, ବିସ୍କେଟ ଭର୍ତ୍ତି ପ୍ୟାକେଟ ପ୍ରଦାନ କରାଯାଇଥିଲା। ଏଥିସହ ସମସ୍ତ ଅନ୍ତେବାସୀଙ୍କୁ ଅଙ୍ଗବସ୍ତ୍ର ପ୍ରଦାନ କରାଯାଇଥିଲା।
ଏଥିରେ ଭଞ୍ଜନଗର ଉପ ଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଉପଖଣ୍ଡ ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ସହାୟତା ଉପ ଜିଲାପାଳ ପ୍ରଦାନ କରିଥିଲେ। ଏଥିସହ ସମସ୍ତଙ୍କୁ ଅଙ୍ଗବସ୍ତ୍ର ପ୍ରଦାନ କରି ଉପ ଜଲାପାଳ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଉପ ଜିଲାପାଳ ବେହେରା ଜାତୀୟ ସେବା ଯୋଜନା ଶାଖା ୧ ର ଏହିଭଳି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ଏଥିସହ ଅନ୍ତେବାସୀ ମାନେ ଉପ ଜିଲ୍ଲାପାଳଙ୍କୁ ନିଜର କିଛି ସମସ୍ୟା ଅବଗତ କରାଇଥିଲେ। ଫଳରେ ଉପ ଜିଲାପାଳ ଅନ୍ତେବାସୀ ମାନଙ୍କ ସମସ୍ୟାକୁ ଖୁବ ଶୀଘ୍ର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଏହି ସମୟରେ ଭଞ୍ଜନଗର ବିଡିଓ ଭାରତୀ ଦେବୀ, ଭଞ୍ଜନଗର
ଅତିରିକ୍ତ ସବ କଲେକ୍ଟର ତୁଲୀଅମା ପ୍ରଧାନ,ଡେପୁଟୀ କଲେକ୍ଟର ରଚିତା ମହାପାତ୍ର, ସହକାରୀ ଜିଲାପାଳ ରାମ ଚନ୍ଦ୍ର ମହାପାତ୍ର, ଫକୀର ଜୀନ ଜ୍ୟୋତି ନାୟକ, ଚନ୍ଦ୍ର ଗିରି ଗାୟତ୍ରୀ, ବରିଷ୍ଠ ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର,ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ ନାୟକ, ବଣିକ ସଂଘ କର୍ମକର୍ତ୍ତା ସୁଶାନ୍ତ ମହାପାତ୍ର, ସାମାଜିକ କର୍ମୀ ଶୁଳପାଣି ଶତପଥି, ଚିଦାନନ୍ଦ ଆଶ୍ରମ କର୍ମକର୍ତ୍ତା ପଦ୍ମଲାଭ ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଜାତୀୟ ସେବା ଯୋଜନା ଶାଖା ୧ ଅଧିକାରୀ ବି ପ୍ରଧାନ, ବରିଷ୍ଠ ଅଧ୍ୟାପକ ବୁଧିନାଥ ବେହେରା, ଛାତ୍ର ସୁକେଶ ପାଲ,ରଞ୍ଜନ ନାୟକ, କେଦାର ପାତ୍ର ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri