ଅସ୍ତଗାମୀ ସୂର୍ଯ୍ୟଙ୍କୁ ବ୍ରତଧାରୀଙ୍କ ଅର୍ଘ୍ୟ ଅର୍ପଣ

ସମ୍ବଲପୁର,୧୯ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ହର୍ଷ ଉଲ୍ଲାସର ସହିତ ପବିତ୍ର ଛଟ୍‌ପର୍ବ ପାଳନ କରାଯାଇଛି। ରବିବାର ସମ୍ବଲପୁର ସହରର ବିଭିନ୍ନ ନଦୀ ଘାଟ ସମେତ ବିଭିନ୍ନ ଜଳାଶୟରେ ଏନେଇ ସ୍ବତନ୍ତ୍ର ଆୟୋଜନ କରାଯାଇଥିଲା। ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ କଟରଧୁଆ, ମନ୍ଦଲିଆ, ସାକ୍ଷୀପଡ଼ା, ଏନ୍‌ଗୁହାଲେନ୍‌, ସିଦ୍ଧେଶ୍ୱର ବେର୍ଣ୍ଣା, ବରେଇପାଲି, ମହାନଦୀର ବାଲିବନ୍ଧା ଓ ମାରୱାଡ଼ିପଡ଼ା ଘାଟ ଆଦି ବିଭିନ୍ନ ସ୍ଥାନରେ ବିହାରୀ ସମ୍ପ୍ରଦାୟ ଲୋକେ ଅସ୍ତଗାମୀ ସୂର୍ଯ୍ୟଙ୍କ ପୂଜାର୍ଚ୍ଚନା ସହ ଅର୍ଘ୍ୟ ଅର୍ପଣ କରିଛନ୍ତି।

ଛଟ୍‌ପର୍ବ ପାଇଁ ମନ୍ଦଳିଆ ଓ କଟରଧୁଆଠାରେ ଥିବା ଜଳାଶୟଗୁଡ଼ିକରେ ସ୍ଥାନୀୟ ଯୁବଗୋଷ୍ଠୀଙ୍କ ପକ୍ଷରୁ ବିଶେଷ ଆୟୋଜନ କରାଯାଇଥିଲା। ମନ୍ଦଳିଆର ସୂର୍ଯ୍ୟମିତ୍ର ମଣ୍ଡଳ ପକ୍ଷରୁ ଏଥିପାଇଁ ନିକଟସ୍ଥ ଜଳାଶୟରେ ବିଶେଷ ପ୍ରସ୍ତୁତି କରାଯାଇଥିଲା। ମନ୍ଦଳିଆ ଘାଟରେ ଛଟ୍‌ ବ୍ରତଧାରୀ ଭକ୍ତ ଯେଭଳି ଭାବରେ ଅସ୍ତଗାମୀ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ଅର୍ପଣ କରିପାରିବେ ସେଥିପାଇଁ ଏଠାରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା। ଅପରାହ୍ନରେ ବହୁ ସଂଖ୍ୟାରେ ସ୍ଥାନୀୟ ବିହାରୀ ସମ୍ପ୍ରଦାୟର ମହିଳା ଓ ପୁରୁଷ ଭକ୍ତ ନୂତନ ବସ୍ତ୍ର ପରିଧାନ କରି ମୁଣ୍ଡରେ କୁଲା ଓ ବାଉଶ ତିଆରି ପାଚିଆରେ ପୂଜାସାମଗ୍ରୀ ଧରି ଶଳାଶୟ ଘାଟରେ ପହଞ୍ଚି ଥିଲେ। ଏହାବାଦ ଜଳଗର୍ଭରେ ରହି ଏଠାରେ ସାମୂହିକ ଭାବେ ପୂଜାର୍ଚ୍ଚନା ପୂର୍ବକ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ କରିଥିଲେ। କଟରଧୁଆରେ ମଧ୍ୟ ଅନୁରୂପ ଭାବେ ବେଶ ଧୁମ୍‌ଧାମ୍‌ରେ ଛଟ୍‌ପର୍ବ ପାଳିତ ହୋଇଛି। ସେହିପରି ବରେଇପାଲିରେ ମଧ୍ୟ ନାଲେଶ୍ୱର ଧାମ ଛଟ୍‌ପୂଜା କମିଟି ପକ୍ଷରୁ ଛଟ୍‌ପର୍ବ ପାଳନ ପାଇଁ ବିଶେଷ ଆୟୋଜନ କରାଯାଇଥିଲା। ଛଟପର୍ବ ପାଇଁ ହୋଇଥିବା ଆୟୋଜନରେ ସୂର୍ଯ୍ୟ ମିତ୍ର ମଣ୍ଡଳ ଅନୁଷ୍ଠାନର ମୁନ୍ନା ତିୱାରୀ, ଅଶୋକ ସାହୁ, ରାଜା ଯାଦବ, ମନନ୍‌ ସାହୁ, ହରବିନ୍ଦର ଯାଦବ, ମୁସାଫିର ଯାଦବ, ତାରକେଶ୍ୱର ଯାଦବ ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri