ସମ୍ବଲପୁରୀ ନୃତ୍ୟ, ଗୀତରେ ଝୁମିଲେ ଦର୍ଶକ

ଝାରସୁଗୁଡ଼ା ଅଫିସ,୨।୮: ସମ୍ବଲପୁରୀ ଭାଷା ସାହିତ୍ୟ ସାଧକ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଦିବସ ଉପଲକ୍ଷେ ଅଗଷ୍ଟ ୧ ତାରିଖରେ ମଙ୍ଗଳବଜାର ସ୍ଥିତ ଜିଲା କ୍ରୀଡ଼ା ପ୍ରେକ୍ଷାଳୟରେ ‘ସମ୍ବଲପୁରୀ ଦିନ’ ଧୁମଧାମରେ ପାଳିତ ହୋଇଯାଇଛି । ସମ୍ବଲପୁରୀ ଭାଷାର ପ୍ରଚାର ପ୍ରସାର ପାଇଁ ଆୟୋଜିତ ‘ସମ୍ବଲପୁରୀ ଦିନ’ ପାଳନ ଅବସରରେ ଝାରସୁଗୁଡ଼ାର ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟାସଦସ୍ୟ ବୁଦ୍ଧିଜୀବୀଙ୍କୁ ନେଇ ଏକ ସାଂସ୍କୃତିକ ଶୋଭାଯାତ୍ରା ସ୍ଥାନୀୟ କନକଦୁର୍ଗା ମନ୍ଦିରରୁ ବାହାରି ମଙ୍ଗଳବଜାର ଜିଲା କ୍ରୀଡ଼ା ପ୍ରେକ୍ଷାଳୟରେ ପହଞ୍ଚିଥିଲା। ଏଠାରେ ‘ସମ୍ବଲପୁରୀ ଦିନ’ ର ଶୁଭ ଉଦ୍‌ଘାଟନ ପରେ ଆରମ୍ଭ ହୋଇଥିଲା ବିଭିନ୍ନ ପ୍ରକାର ସାଂସ୍କୃତିକ ଓ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଏଥିରେ ରାଇଝାଇ ସାଂସ୍କୃତିକ ଅନୁଷ୍ଠାନର କଳାକାରଙ୍କ ବାଦ୍ୟର ତାଳେତାଳେ ଚିତ୍ତାକର୍ଷକ ସମ୍ବଲପୁରୀ ନୃତ୍ୟ ଓ ସଂଗୀତ ପରିବେଷଣ ଉପସ୍ଥିତ ଦର୍ଶକଙ୍କୁ ବିମୋହିତ କରିଥିଲା। ସେହିପରି ନବୋଦୟ ବିଦ୍ୟାଳୟର ଛାତ୍ରୀଛାତ୍ର ନୃତ୍ୟ ପରିବେଷଣ କରି କଳା ପ୍ରଦର୍ଶନ କରିଥିଲେ । ଏପରିକି ଘନଶ୍ୟାମ ହେମଲତା ବିଦ୍ୟାଳୟ, ସଂସ୍କାର ବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ସେଣ୍ଟ ଥୋମାସ ପବ୍ଲିକ ସ୍କୁଲ ଆଦି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନେ ସମ୍ବଲପୁରୀ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ । ବିଭିନ୍ନ ସ୍ଥାନରୁ ଆସିଥିବା କବି କବିତା ଆସରରେ ଭାଗନେଇ କବିତା ଆବୃତ୍ତି କରିଥିଲେ ।

ଜିଲାପାଳ ସରୋଜ କୁମାର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ସହ ସମ୍ବଲପୁରୀ ଦିନ ଉପଲକ୍ଷେ କେକ୍‌ କାଟି ଉତ୍ସବକୁ ଶୁଭାରମ୍ଭ କରିଥିଲେ । ଉଦ୍‌ଘାଟନୀ ଅଭିଭାଷଣରେ ସେ ସମ୍ବଲପୁରୀ ସାହିତ୍ୟର ପ୍ରସାର ପ୍ରଚାର ପାଇଁ ଆୟୋଜିତ ’ସମ୍ବଲପୁରୀ ଦିନ’ର ଆୟୋଜକ ଅନୁଷ୍ଠାନ ପଶ୍ଚିମାଞ୍ଚଳ ଏକତା ମଞ୍ଚର କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇ ଥିଲେ। ଏପରି କି କାର୍ଯ୍ୟକ୍ରମକୁ ସହଯୋଗ କରିବା ପାଇଁ ଜିଲା ପ୍ରଶାସନ ସର୍ବଦା ପ୍ରସ୍ତୁତ ରହିଛି ବୋଲି କହିଥିଲେ। ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ଜିଲାପାଳଙ୍କୁ ଉପଢୌକନ ଓ ଫଳକ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ଫେନ୍ସି ଡ୍ରେସ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ଛାତ୍ରୀଛାତ୍ର ଏବଂ କଳାକାରଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ବିଶିଷ୍ଟ ସିନେ ତାରକା ମନୋଜ ମିଶ୍ର ଷ୍ଟାର ଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲା ଓକିଲ ସଂଘର ସଭାପତି ତ୍ରିନାଥ ବିଶ୍ବାଳ, ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଟଙ୍କଧର ତ୍ରିପାଠୀ, ଝାରସୁଗୁଡ଼ା ପୌର ଉପାଧ୍ୟକ୍ଷ ବେଣୁଗୋପାଳ ପାଣିଗ୍ରାହୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅପରାହ୍ନରେ ସୁବାସ ପ୍ରଧାନଙ୍କ ନିର୍ଦ୍ଦେଶନାରେ ସମ୍ବଲପୁରୀ ନାଟକ ‘କାଠର ଚୌକି’ ପ୍ରଦର୍ଶିତ ହୋଇଥିଲା। ସେହିପରି କଣ୍ଠଶିଳ୍ପୀ ରାଜଶ୍ରୀ ତ୍ରିପାଠୀ ସମ୍ବଲପୁରୀ ସଂଗୀତ ପରିବେଷଣ କରିଥିଲେ । ଅନୁଷ୍ଠାନ ପକ୍ଷରୁ ଷ୍ଟାର ଅତିଥି ମନୋଜ ମିଶ୍ରଙ୍କ ସମେତ ସମସ୍ତ କଳାକାରଙ୍କୁ ଉପଢୌକନ ଓ ଫଳକ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri