ସୁଲଭ ମୂଲ୍ୟରେ ସେଲିବ୍ରଶନ ପ୍ୟାକେଟ

ଭୁବନେଶ୍ୱର, ୧୫।୧୦: ଚଳିତ ବର୍ଷର ପାର୍ବଣ ଉପଲକ୍ଷେ ହୋଟେଲ ଏମ୍ପାୟାର୍ସସ୍ଥିତ ଡେଲି କାଫେ ଠାରେ ଏକ ସ୍ବତନ୍ତ୍ର ଦୀପାବଳି ଉପହାର କାଉଣ୍ଟର ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ନୈନା ଦାଶ ଏବଂ ଅଭିନେତା ପ୍ରୀତିରାଜ ଶତପଥୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦଘ୍‌ାଟନ କରିଥିଲେ। ବିଶେଷକରି ଦୀପାବଳି ଅବସରରେ ଦୋକାନ ବଜାରରେ ଅନେକ ଭିଡ଼ ଜମିିଥାଏ। ଏ ପରିସ୍ଥିତିରେ ବଜାରକୁ ଯାଇ ଉପହାର କିଣିବା ବହୁ କଷ୍ଟକର ହୋଇଥାଏ। ଏହାକୁ ନଜରରେ ରଖି ଏମ୍ପାୟାର୍ସ ସ୍ଥିତ ଡେଲି କାଫେଠାରେ ଏକ ସ୍ବତନ୍ତ୍ର କାଉଣ୍ଟର ଖୋଲାଯାଇଛି। ଯେଉଁଠାରେ ଗ୍ରାହକମାନେ ମିଠା ଓ ଡ୍ରାଇ ଫ୍ରୁଟ୍‌ର ଅସରନ୍ତି ସମ୍ଭାର ଓ ଫେଷ୍ଟିଭ ସେଲିବ୍ରଶନ ପ୍ୟାକେଟ ଆଦି ପାଇପାରିବେ। ଯେଉଁଥିରେ ମିଳିବ ୫୦ରୁ ଅଧିକ କିସମର ଦିୱାଲି ହାପ୍ପି ହାମ୍ପର ପ୍ୟାକେଟ , ଯାହାର ପ୍ରାରମ୍ଭିକ ମୂଲ୍ୟ ୫୦୦ ଟଙ୍କାରୁ ୫୦୦୦ ଟଙ୍କା ପର୍ଯ୍ୟନ୍ତ ରହିଛି।
ଅପରପକ୍ଷରେ ସୁସଜ୍ଜିତ ରାପିଙ୍ଗ୍‌ ବକ୍ସ, ଟ୍ରେ ଏବଂ ଜୁଡି ସହିତ ପ୍ୟାକେଟ ଉପଲବ୍ଧ ହେଉଥିବାବେଳେ ଅଧିକ ଅର୍ଡର କିମ୍ବା କର୍ପୋରେଟ୍‌ ଅର୍ଡର ପାଇଁ ଅଗ୍ରିମ ବୁକିଂରେ ୧୦%ର ଏକ ସ୍ବତନ୍ତ୍ର ରିହାତି ଦିଆଯାଉଛି ବୋଲି ହୋଟେଲ ଏମ୍ପାୟାର୍ସର ଉପସଭାପତି ସଞ୍ଜୟ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri