ଟିକାକରଣରେ ରେକର୍ଡ ପରେ ଲାଲକିଲାରେ ଉଡିବ ତ୍ରିରଙ୍ଗା

ନୂଆଦିଲ୍ଲୀ,୨୧ ।୧୦: କରୋନା ଟିକାକରଣରେ ସରକାର କେର୍ଡ କରିବାକୁ ଯାଉଛନ୍ତି । ଗୁରୁବାର ଦେଶରେ ୧୦୦କୋଟି ଟିକାକରଣ ପୂରଣ ହେବା ପରେ ମୋଦି ସରକାର ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିଥିବା ଜଣାପଡିଛି । ପ୍ରଥମେ ଏହି ଅବସରରେ ଦିଲ୍ଲୀର ଲାଲ କିଲାରେ ତ୍ରିରଙ୍ଗା ଉଡାଇବାର କାର୍ଯ୍ୟକ୍ରମ ରହିଛି । ଏହା ସକାଳ ପାଖାପାଖି ୧୦ଟା ସମୟରେ ଅନୁଷ୍ଠିତ ହେବ । ଏହି ତ୍ରିରଙ୍ଗାର ଲମ୍ବ ୨୫ ଫୁଟ, ଚଉଡା ୧୫୦ ଫୁଟ ଓ ଏହାର ଓଜନ ପାଖାପାଖି ୧,୪୦୦ କିଲୋ ରହିଥିବା ସୂଚନା ମିଳିଛି । ଏହା ଖଦି ପକଡାରେ ପ୍ରସ୍ତୁତ କରାଯାଇଥିବା ବେଳେ ଏହାର କ୍ଷେତ୍ରଫଳ ରହିଛି ୩୭,୫୦୦ ବର୍ଗ ଫୁଟ । ଏଥିପାଇଁ ୪,୬୦୦ ମିଟର ସୂତା ଖଦି କପଡା ବ୍ୟବହାର କରାଯାଇଛି । ଏହାକୁ ୭୦ ଲୋକ ଏକାଠି ମିଶି ୪୯ ଦିନରେ ତିଆରି କରିଛନ୍ତି । ଏହା ଦେଶର ସବୁଠାରୁ ବଡ ଖଦି କପଡାରେ ତିଆରି ହୋଇଥିବା ତ୍ରିରଙ୍ଗା ବୋଲି କୁହାଯାଉଛି । ଏହାପୂର୍ବରୁ ଦେଶର ୭୫ ତମ ସ୍ୱାଧିନତା ଦିବସ ଅବସରରେ ଲେହରେ ପାହାଡ଼ ଉପରେ ୧୦୦୦ କିଲୋଗ୍ରାମ ଓଜନର ଖଦି ପକଡ଼ାରେ ପ୍ରସ୍ତୁତ ତ୍ରିରଙ୍ଗା ଉଡାଯାଇଥିଲା । ସୂଚନାଯୋଗ୍ୟ, କରୋନା ମହାମାରୀ ପାଇଁ ଦେଶରେ ଟିକାକରଣ କାର୍ଯ୍ୟକ୍ରମ ୧୬ ଜାନୁୟାରୀରୁ ଆରମ୍ଭ କରାଯାଇଥିବା ବେଳେ ଅକ୍ଟୋବର ୨୧ରେ ଏହା ୧୦୦ କୋଟିରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri