Posted inଜାତୀୟ

ଚାଷୀଙ୍କ ସମର୍ଥନରେ ସେଲିବ୍ରିଟି

ନୂଆଦିଲ୍ଲୀ, ୩ା୨: ନୂତନ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ୨ ମାସ ହେଲା କୃଷକମାନେ ଆନ୍ଦୋଳନ ଚଳାଇଛନ୍ତି। ବର୍ତ୍ତମାନ ଆନ୍ଦୋଳନ ସମର୍ଥନରେ ବାହାରିଛନ୍ତି ଆମେରିକା ପପ୍‌ ଷ୍ଟାର ରିହାନା। ‘ଆମେ କାହିଁକି ଏ ବିଷୟରେ କଥା ହେଉନାହୁଁ, ହାସ୍‌ଟ୍ୟାଗ ଫାର୍ମର୍ସ ପ୍ରୋଟେଷ୍ଟ’ ଲେଖି ରିହାନା ଟୁଇଟ୍‌ କରିଥିଲେ। ପରେ ଅନ୍ତର୍ଜାତୀୟ ସ୍ତରରେ ବିଭିନ୍ନ ସେଲିବ୍ରିଟିଙ୍କ ସମେତ ସ୍ବିଡେନର ପରିବେଶ କର୍ମୀ ଗ୍ରେଟା ଥନବର୍ଗ, ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଭାଣିଜୀ ତଥା ଆମେରିକାରେ ଓକିଲ ଥିବା ମୀନା ହାରିସ୍‌ ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। ଆମେ ସମସ୍ତେ ଭାରତରେ ଆନ୍ଦୋଳନ ଚଳାଇଥିବା କୃଷକଙ୍କ ସହ ଅଛୁ ବୋଲି ଗ୍ରେଟା ଟୁଇଟ୍‌ କରିଛନ୍ତି। ପୋଲିସ ସହ ମୁହାଁମୁହିଁ ହେବା ପରେ ଦିଲ୍ଲୀରେ ଚାଷୀମାନଙ୍କ ପାଇଁ ଇଣ୍ଟରନେଟ ସେବା ବନ୍ଦ କରାଯିବା ନେଇ ସିଏନ୍‌ଏନ୍‌ରେ ପ୍ରକାଶିତ ଖବରକୁ ସେ ଟ୍ୟାଗ୍‌ କରିଛନ୍ତି। ସେହିପରି ‘ଆମେ ସମସ୍ତେ କୃଷକ ବିରୋଧୀ କାର୍ଯ୍ୟ ତଥା ଆନ୍ଦୋଳନକାରୀ ଚାଷୀଙ୍କ ବିପକ୍ଷରେ ସାମରିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିବା ଆବଶ୍ୟକ’ ବୋଲି ମୀନା ହାରିସ୍‌ ଟୁଇଟ୍‌ କରିଛନ୍ତି। ପର୍ନ ଷ୍ଟାର ମିଆ ଖଲିଫା ମଧ୍ୟ ଆନ୍ଦୋଳନ ସପକ୍ଷରେ ମୁହଁ ଖୋଲିଛନ୍ତି। ତେବେ ଅନ୍ତର୍ଜାତୀୟ ସମୁଦାୟ ପକ୍ଷରୁ ଏଭଳି ପ୍ରତିକ୍ରିୟାକୁ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିରୋଧ କରାଯାଇଛି। ସେଲିବ୍ରିଟିମାନେ ଏପରି ମନ୍ତବ୍ୟ ରଖିବା ଦାୟିତ୍ୱହୀନତାର ପରିଚୟ ଏବଂ ଏହା ଗ୍ରହଣୀୟ ନୁହେଁ ବୋଲି ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri