ସ୍ବାସ୍ଥ୍ୟକେନ୍ଦ୍ର ଛାତରୁ ଖସୁଛି ସିମେଣ୍ଟ

ଟିକିରି,୧୦ା୪( ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ରବିବାର ସିମେଣ୍ଟ ଖଣ୍ଡ ଖସିଛି। ଏହି ସମୟରେ ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ରୋଗୀ ନ ଥିବାରୁ ଦୁର୍ଘଟଣା ଘଟିନାହିଁ। ଯଦି ଅନ୍ୟ ସମୟରେ କୌଣସି ରୋଗୀଙ୍କ ଉପରେ ଏହି ସିମେଣ୍ଟ ଖଣ୍ଡ ଖସି କିଛି ଦୁର୍ଘଟଣା ଘଟିବ ସେଥିପାଇଁ କିଏ ଦାୟୀ ରହିବେ ତାକୁୁ ନେଇ ପ୍ରଶ୍ନ ଉଠିଛି। ସେହିଭଳି ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ମଧ୍ୟ ନିଜକୁ ସୁରକ୍ଷିତ ମନେକରୁନାହାନ୍ତି। ଏହି ସ୍ବାସ୍ଥ୍ୟ କେନ୍ଦ୍ରଟି ବହୁତ ପୁରୁଣା ହୋଇଥିବାରୁ ପୂର୍ବରୁ ବିଭିନ୍ନ ଥର ଛାତରୁ ସିମେଣ୍ଟ ଖସୁଥିବା ଦେଖିବାକୁ ମିଳିଛି। ଦୁର୍ଘଟଣା ଘଟିବା ପୂର୍ବରୁ ସରକାର ଏହି ସ୍ବାସ୍ଥ୍ୟ କେନ୍ଦ୍ର ଉପରେ ଦୃଷ୍ଟି ଦିଅନ୍ତୁ ବୋଲି ସ୍ଥାନୀୟବାସୀ ଦାବି କରିଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ର ପ୍ରତ୍ୟେକ ଦିନ ସକାଳ ୪ଘଣ୍ଟା ଏବଂ ସନ୍ଧ୍ୟାରେ ୪ଘଣ୍ଟା ଖୋଲାଯାଏ। ରାତି ସମୟରେ ରୋଗୀ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେଉଛନ୍ତି। ବିଭିନ୍ନ ସମସ୍ୟା ବିଷୟରେ ଜାଣି ମଧ୍ୟ ଜିଲା ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନେ ଚୁପ ରହୁଛନ୍ତି। ଏ ନେଇ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ନେତ୍ରାନନ୍ଦ ନାୟକଙ୍କୁ ପଚାରିବାରୁ ଏହି ସମସ୍ୟା ସମ୍ପର୍କରେ ଉପର ଅଧିକାରୀଙ୍କୁ ଜଣାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri