ପୋଲ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ସିମେଣ୍ଟ ବିକ୍ରି

ମୋରଡା,୧୨।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା-ଖୁଣ୍ଟାପାଳ ଗ୍ରାମର ସିଧାସଳଖ ସଂଯୋଗ ତଥା ବ୍ଲକର ମୁଖ୍ୟାଳୟକୁ ଯିବାଆସିବା କରିବା ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଘୋଳମୁଁହା ଗ୍ରାମ ଦେଇ ଯାଇଥିବା ଜମ୍ଭୀରା ନଦୀ ଉପରେ ଏକ ପୋଲ ନିର୍ମାଣ କାର୍ଯ୍ୟ ଚାଲୁଅଛି । ୮ କୋଟି ୬୪ ଲକ୍ଷ ଟଙ୍କା ବ୍ୟୟ ଅଟକଳ ମୂଲ୍ୟର ଉକ୍ତ ପୋଲର ନିର୍ମାଣ କାର୍ଯ୍ୟ ଶେଷ ତାରିଖ ଏପ୍ରିଲ ୨ ୨୦୨୦ ମସିହା ଥିଲେ ସୁଦ୍ଧା ଏଯାଏଁ ପୋଲ ନିର୍ମାଣ କାର୍ଯ୍ୟ ଶେଷ ହୋଇନାହିଁ ।

ତେବେ ପୋଲ ନିର୍ମାଣରେ ବ୍ୟବହୃତ ସରକାରୀ ସିମେଣ୍ଟକୁ ଠିକାସଂସ୍ଥାର କର୍ମଚାରୀ ପିତ୍ତବାସୀ ବିଶ୍ୱାଳ ବେଆଇନ ଭାବେ ବିକ୍ରି କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି ଗ୍ରାମବାସୀ। ଅଭିଯୋଗ ମୁତାବକ, ଉକ୍ତ ପୋଲ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଜେଏସଡବ୍ଲ୍ୟୁ ଓ଼ ରାମକୋ ସିମେଣ୍ଟକୁ ପିତ୍ତବାସୀ ନିକଟସ୍ଥ ଖୁଣ୍ଟାପାଳ ଗ୍ରାମର ଜୈନିକ ଲୋକଙ୍କୁ ବିକ୍ରି କରୁଛନ୍ତି । ଏନେଇ ପିତ୍ତବାସୀଙ୍କୁ ଗ୍ରାମବାସୀ ପଚାରିବାରୁ ସେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ । ସେହିପରି ପୋଲ ନିର୍ମାଣ କାର୍ଯ୍ୟ ଅତ୍ୟନ୍ତ ନିମ୍ନ ମାନର ହେଉଥିବାରୁ କଂକ୍ରିଟ ତଳେଇ ଫାଟିବା ଆରମ୍ଭ ହେଲାଣି। ଫଳରେ ପୋଲର ସ୍ଥାୟୀତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେହିପରି ପୋଲ ନିର୍ମାଣରେ ବ୍ୟବହୃତ ବାଲି ପ୍ରଶାସନର ଅଜାଣତରେ ବେଆଇନ ଭାବେ ନଦୀରୁ ଉତ୍ତୋଳନ ହୋଇଛି, ଯାହାର ତଦନ୍ତ ଆବଶ୍ୟକ ବୋଲି କହିଛନ୍ତି ଗ୍ରାମବାସୀ ପାଇଲଟ ଟୁଡୁ, ଦୈତାରୀ ପ୍ରଧାନ, ଗଣେଶ୍ୱର ସିଂ,ବାପୁନ ସିଂ, ମଙ୍ଗଳ ସିଂ, ମନୋଜ ଧାଉଁଡିଆ, ନୟନ କୁମାର ନାଏକ ଏବଂ ଅନ୍ୟମାନେ।

ଏହି ସବୁକୁ ନେଇ ମଙ୍ଗଳବାର ଉତ୍ୟକ୍ତ ଗ୍ରାମବାସୀମାନେ ସମ୍ପୃକ୍ତ କର୍ମଚାରୀଙ୍କୁ ଅଟକ ରଖି ତାଗିଦ କରିବା ସହିତ ପୋଲ ର୍ନିମାଣ କାର୍ଯ୍ୟ ସଠିକ ଭାବାରେ କରିବା ପାଇଁ କହିଥିଲେ । ଏ ବବାବାଦରେ ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ କୃଷ୍ଣ ପ୍ରସାଦ ମହାନ୍ତିଙ୍କୁ ପଚାରିବାରୁ ପୋଲ ନିର୍ମାଣ କାର୍ଯ୍ୟ ଡିସେମ୍ବର ମାସ ସୁଦ୍ଧା ଶେଷ ହେବ ଏବଂ ସିମେଣ୍ଟ ବିକ୍ରି ଘଟଣା ବାବଦରେ ସେ ଠିକାଦାରଙ୍କୁ ଜଣାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri