ଜବରଦଖଲରେ ଶ୍ମଶାନ ଜମି

ରସୁଲପୁର,୧୦ା୬(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ନରସିଂହପୁର ପଞ୍ଚାୟତ ଅଧୀନ ହରିପୁର ଗ୍ରାମର ଏକ ଶ୍ମଶାନ ଜମି ଜବରଦଖଲ ହୋଇଛି। ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ଉଦ୍ଦିଷ୍ଟ ଉକ୍ତ ଜମିକୁ ଗ୍ରାମର କେତେଜଣ ବ୍ୟକ୍ତି ଜୋରଜବରଦସ୍ତ ନିଜ ଅକ୍ତିଆକରକୁ ନେଇଯିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରଶାସନର ନୀରବତା ଯୋଗୁ ସେମାନେ ଉକ୍ତ ଜମି ଉପରେ ଏକ ଘର ନିର୍ମାଣ କରୁଛନ୍ତି। ତେଣୁ ଉକ୍ତ ନିର୍ମାଣ କାର୍ଯ୍ୟ ତୁରନ୍ତ ବନ୍ଦ କରିବା ସହ ଜମିକୁ ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।
ଜବର ଦଖଲ ହୋଇଥିବା ଜମି ହାଲ ପ୍ଲଟ ନଂ.୨୦୭୪, ସର୍ବସାଧାରଣ ଖାତା ନଂ.୮୪୬ କିସମ ଶ୍ମଶାନ ରହିଛି। ଘର ନିର୍ମାଣ ସମ୍ପର୍କରେ ଗ୍ରାମବାସୀ ନରସିଂହପୁର ରାଜସ୍ବ ନିରୀକ୍ଷକ ଓ ରସୁଲପୁର ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଜିଲାପାଳଙ୍କୁ ଅବଗତ କରାଇଛନ୍ତି। ହେଲେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାରେ ଟାଳଟୁଳନୀତି ଅବଲମ୍ବନ କରାଯାଉଛି। ଜବରଦଖଲକାରୀ ରାତି ଅଧିଆ ଗୃହ ନିର୍ମାଣ କରୁଛନ୍ତି। ସେମାନେ ତ୍ୱରିତ ଉପାୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ପ୍ରୟାସ କରୁଛନ୍ତି। ତେବେ ଏ ଦିଗରେ ପ୍ରଶାସନ ପକ୍ଷରୁ ସନ୍ତୋଷଜନକ ପଦକ୍ଷେପ ଗ୍ରହଣ କରା ନ ଗଲେ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri