୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ ଜନଗଣନା ହୋଇଥିଲା। ୨୦୨୧ରେ ଜନଗଣନା ହେବାର ଥିଲା। କିନ୍ତୁ ସେ ସମୟରେ ସମଗ୍ର ପୃଥିବୀରେ କରୋନା ଭାଇରସ ଆତଙ୍କ ଲାଗିରହିଥିବା ଯୋଗୁ ତାହା ସେ ସମୟରେ ଆଉ ହୋଇ ପାରି ନ ଥିଲା। ଏହାପରେ ୫ ବର୍ଷ ବିଳମ୍ବରେ ବର୍ତ୍ତମାନ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ତାହା ୨୦୨୭ରେ ସରିବ। ଏହିଭଳି ଭଞ୍ଜନଗର ତହସିଲ ଅଞ୍ଚଳରେ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ଜନଗଣନାରେ ନିୟୋଜିତ ପ୍ରାୟ ୬୦୦ କର୍ମଚାରୀ ବର୍ତ୍ତମାନ ଘରକୁ ଘର ବୁଲି ନମ୍ବର କରୁଛନ୍ତି। ଏହା ପୁର୍ବରୁ ଏପ୍ରିଲ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଲୋକେ ନିଜେ ନିଜର ତଥ୍ୟ ଅନଲାଇନରେ ଦାଖଲ କରିଥିଲେ।

ଅପରପକ୍ଷେ ଶୁକ୍ରବାର ଭଞ୍ଜନଗର ତହସିଲଦାର ଅଭିପ୍ସା ପଟ୍ଟନାୟକ ଏବଂ ଅତିରିକ୍ତ ତହସିଲଦାର ଅବିନାଶ ମହାର, କୁଲାଡ ଆର୍‌ଆଇ ଭଗବାନ ବେହେରା ସହ ଅନ୍ୟାନ୍ୟ ଅଧିକାରୀମାନେ କୁଲାଡ ଗ୍ରାମର ଘରକୁ ଘର କାର୍ଯ୍ୟର ଅଗ୍ରଗତି ନିରୀକ୍ଷଣ କରିଥିଲେ। ଏହି ସମୟରେ ତହସିଲଦାର ଜନଗଣନାର ସଠିକ୍‌ ତଥ୍ୟ ସଂଗ୍ରହ ଓ ନିୟମାନୁସାରେ କାମ ସମ୍ପାଦନ ପାଇଁ କର୍ମଚାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ।

ଅନ୍ୟପଟେ ଭଞ୍ଜନଗର ମ୍ୟୁନିସିପାଲିଟି ଅଞ୍ଚଳରେ ମଧ୍ୟ ଜନଗଣନା କାର୍ଯ୍ୟକୁ ସୂଚାରୁ ଭାବେ କରିବା ପାଇଁ ନିୟୋଜିତ କର୍ମଚାରୀଙ୍କୁ ବିଭିନ୍ନ ଦିନରେ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଥିଲା। ଏହି ତାଲିମରେ ତଥ୍ୟ ସଂଗ୍ରହ ପ୍ରଣାଳୀ, ଫର୍ମ ପୂରଣ ଓ ଡିଜିଟାଲ ଉପକରଣ ବ୍ୟବହାର ବିଷୟରେ ବିସ୍ତୃତ ଅବଗତ କରାଯାଇଥିଲା।
ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ସଠିକ୍‌ ଓ ସମୟୋପଯୋଗୀ ତଥ୍ୟ ସଂଗ୍ରହ ହେଲେ ଭବିଷ୍ୟତରେ ବିକାଶମୂଳକ ପ୍ରକଳ୍ପ ଯୋଜନାରେ ବହୁତ ସହଯୋଗ ମିଳିବ। ତେଣୁ ଜନଗଣନା ନିର୍ଭୁଲ ତାଲିକା ପ୍ରସ୍ତୁତ ଉପରେ ଗୁରୁତ୍ୱ ଦିଆଯାଇଛି। ପୌରପରିଷଦ ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ନିର୍ବାହୀ ଅଧିକାରୀ ମୁରଲୀକୃଷ୍ଣ ପଣ୍ଡା ତାଲିମରେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri