୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ ଜନଗଣନା ହୋଇଥିଲା। ୨୦୨୧ରେ ଜନଗଣନା ହେବାର ଥିଲା। କିନ୍ତୁ ସେ ସମୟରେ ସମଗ୍ର ପୃଥିବୀରେ କରୋନା ଭାଇରସ ଆତଙ୍କ ଲାଗିରହିଥିବା ଯୋଗୁ ତାହା ସେ ସମୟରେ ଆଉ ହୋଇ ପାରି ନ ଥିଲା। ଏହାପରେ ୫ ବର୍ଷ ବିଳମ୍ବରେ ବର୍ତ୍ତମାନ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ତାହା ୨୦୨୭ରେ ସରିବ। ଏହିଭଳି ଭଞ୍ଜନଗର ତହସିଲ ଅଞ୍ଚଳରେ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ଜନଗଣନାରେ ନିୟୋଜିତ ପ୍ରାୟ ୬୦୦ କର୍ମଚାରୀ ବର୍ତ୍ତମାନ ଘରକୁ ଘର ବୁଲି ନମ୍ବର କରୁଛନ୍ତି। ଏହା ପୁର୍ବରୁ ଏପ୍ରିଲ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଲୋକେ ନିଜେ ନିଜର ତଥ୍ୟ ଅନଲାଇନରେ ଦାଖଲ କରିଥିଲେ।

ଅପରପକ୍ଷେ ଶୁକ୍ରବାର ଭଞ୍ଜନଗର ତହସିଲଦାର ଅଭିପ୍ସା ପଟ୍ଟନାୟକ ଏବଂ ଅତିରିକ୍ତ ତହସିଲଦାର ଅବିନାଶ ମହାର, କୁଲାଡ ଆର୍‌ଆଇ ଭଗବାନ ବେହେରା ସହ ଅନ୍ୟାନ୍ୟ ଅଧିକାରୀମାନେ କୁଲାଡ ଗ୍ରାମର ଘରକୁ ଘର କାର୍ଯ୍ୟର ଅଗ୍ରଗତି ନିରୀକ୍ଷଣ କରିଥିଲେ। ଏହି ସମୟରେ ତହସିଲଦାର ଜନଗଣନାର ସଠିକ୍‌ ତଥ୍ୟ ସଂଗ୍ରହ ଓ ନିୟମାନୁସାରେ କାମ ସମ୍ପାଦନ ପାଇଁ କର୍ମଚାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଥିଲେ।

ଅନ୍ୟପଟେ ଭଞ୍ଜନଗର ମ୍ୟୁନିସିପାଲିଟି ଅଞ୍ଚଳରେ ମଧ୍ୟ ଜନଗଣନା କାର୍ଯ୍ୟକୁ ସୂଚାରୁ ଭାବେ କରିବା ପାଇଁ ନିୟୋଜିତ କର୍ମଚାରୀଙ୍କୁ ବିଭିନ୍ନ ଦିନରେ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଥିଲା। ଏହି ତାଲିମରେ ତଥ୍ୟ ସଂଗ୍ରହ ପ୍ରଣାଳୀ, ଫର୍ମ ପୂରଣ ଓ ଡିଜିଟାଲ ଉପକରଣ ବ୍ୟବହାର ବିଷୟରେ ବିସ୍ତୃତ ଅବଗତ କରାଯାଇଥିଲା।
ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ସଠିକ୍‌ ଓ ସମୟୋପଯୋଗୀ ତଥ୍ୟ ସଂଗ୍ରହ ହେଲେ ଭବିଷ୍ୟତରେ ବିକାଶମୂଳକ ପ୍ରକଳ୍ପ ଯୋଜନାରେ ବହୁତ ସହଯୋଗ ମିଳିବ। ତେଣୁ ଜନଗଣନା ନିର୍ଭୁଲ ତାଲିକା ପ୍ରସ୍ତୁତ ଉପରେ ଗୁରୁତ୍ୱ ଦିଆଯାଇଛି। ପୌରପରିଷଦ ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ନିର୍ବାହୀ ଅଧିକାରୀ ମୁରଲୀକୃଷ୍ଣ ପଣ୍ଡା ତାଲିମରେ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?