ଜନଗଣନା ହ୍ୟାଣ୍ଡବୁକ: ଜିଲାରେ ୨୩୭ ଅଧିକାରୀ ନେଲେ…

ଭଞ୍ଜନଗର,୩ା୭(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଜନଗଣନା ଅବସରରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିକୁ ସୂଚାରୁ ଓ ତ୍ରୁଟିମୁକ୍ତ କରିବା ଉଦ୍ଦେଶ୍ୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ ସୁନୀଲ କୁମାର କେର୍କେଟା ଅଧ୍ୟକ୍ଷତା କରି ୨୦୨୭ ଜନଗଣନାର ଜିଲା ଜନଗଣନା ହ୍ୟାଣ୍ଡବୁକ ପ୍ରସ୍ତୁତି ସହ କ୍ଷେତ୍ରସ୍ତରୀୟ କାର୍ଯ୍ୟ ଓ ସମୟସୀମା ସମ୍ପର୍କରେ କହିଥିଲେ। ବିଶେଷକରି ଜନଗଣନା କ୍ଷେତ୍ର କାର୍ଯ୍ୟ ସହ ସମ୍ପୃକ୍ତ ୧୦ଟି ପ୍ରମୁଖ ଏଲିମେଣ୍ଟ ଉପରେ ବିସ୍ତୃତ ପର୍ଯ୍ୟାଲୋଚନା କରାଯାଇ ସଠିକ ତଥ୍ୟ ସଂଗ୍ରହ, ତାଲିକା କରଣ ପ୍ରକ୍ରିୟା ଏବଂ କ୍ଷେତ୍ରସ୍ତରରେ କାର୍ଯ୍ୟ ସମ୍ପାଦନ ସମ୍ବନ୍ଧୀୟ ଆବଶ୍ୟକ ମାର୍ଗଦର୍ଶନ କରାଯାଇଥିଲା। ଉପଜିଲାପାଳ ଉମାଶଙ୍କର ବେହେରା ଜନଗଣନା କାର୍ଯ୍ୟରେ ନିର୍ଭୁଲ ତଥ୍ୟ ସଂଗ୍ରହ, ସମୟବଦ୍ଧ କାର୍ଯ୍ୟ ସମ୍ପାଦନ ଏବଂ ସମନ୍ବିତ ପ୍ରୟାସର ବିସ୍ତାର ସହ ଆଲୋକପାତ କରିଥିଲେ । ଏହି ତାଲିମ କାର୍ଯ୍ୟକ୍ରମରେ ଅତିରିକ୍ତ ଉପଜିଲାପାଳ ପ୍ରଧାନ ଟୁଲିଆମା, ସହାୟକ ଉପଜିଲାପାଳ ଚନ୍ଦ୍ରଗିରି ଗାୟତ୍ରୀ, କନ୍ସଲଣ୍ଟାଣ୍ଟ ଏମ. ଶ୍ରୀନିବାସ ଏବଂ ଡିସିଓ ଓଡ଼ିଶା ସନ୍ତୋଷ କୁମାର ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ ଦେଇଥିଲେ। ପ୍ରଶିକ୍ଷଣରେ ଜିଲା ଜନଗଣନା ପୁସ୍ତିକା ପ୍ରସ୍ତୁତିରେ ତହସିଲଦାର, ରାଜସ୍ବ ନିରୀକ୍ଷକ, ସହକାରୀ ରାଜସ୍ବ ନିରୀକ୍ଷକ, ରେଭିନ୍ୟୁ ସୁପରଭାଇଜର ଓ ଅମୀନଙ୍କ ଭୂମିକା, କ୍ଷେତ୍ରସ୍ତରୀୟ ଅନୁସନ୍ଧାନ ପ୍ରକ୍ରିୟା ଏବଂ ତଥ୍ୟ ସଂଗ୍ରହର ମାନଦଣ୍ଡ ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା। ଜିଲାର ଜନଗଣନା ପ୍ରଭାରୀ ତଥା ପ୍ରଶିକ୍ଷକ ସନ୍ତୋଷ କୁମାର ଆଚାର୍ଯ୍ୟ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ସୂଚନାଯୋଗ୍ୟ, ଗତ ୧ ତାରିଖରେ ଜିଲାରେ ପ୍ରଥମ ପର୍ଯ୍ୟାୟ ବ୍ରହ୍ମପୁରରେ, ଗୁରୁବାର ଛତ୍ରପୁରରେ ଦ୍ୱିତୀୟ ପର୍ଯ୍ୟାୟ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ହୋଇଥିଲା। ଶୁକ୍ରବାର ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଭଞ୍ଜନଗରରେ ହୋଇଛି। ୩ଟି ପର୍ଯ୍ୟାୟରେ ଜିଲାର ୨୩୭ ଜଣ ଅଧିକାରୀ ପ୍ରଶିକ୍ଷଣ ନେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଡ୍ରାଇଭରଙ୍କ ରହସ୍ୟମୟ ନିଖୋଜ ଘଟଣା: ଏ ଥାନାରୁ ସେ ଥାନାକୁ ଦୌଡିଦୌଡି ବଞ୍ଚାଇ ପାରିଲେନି ସ୍ତ୍ରୀ, ଶେଷରେ…

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ଗତ ୯ ଦିନ ହେଲା  ରହସ୍ୟଜନକ ଭାବେ ନିଖୋଜ …

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri