Posted inଜାତୀୟ

୧ ମାର୍ଚ୍ଚ ୨୦୨୭ ରୁ ଆରମ୍ଭ ହୋଇପାରେ ଜନଗଣନା

ନୂଆଦିଲ୍ଲୀ,୪।୬: ଭାରତରେ ଆଗାମୀ ଜନଗଣନା ୨୦୨୭ ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହୋଇପାରେ ବୋଲି ସୂଚନା ମିଳିଛି। ସୂତ୍ରରୁ ପ୍ରକାଶ ଯେ, ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା ହେବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ କୋଭିଡ୍‌-୧୯ ମହାମାରୀ ଯୋଗୁଁ ଏହା ସ୍ଥଗିତ ରହିଥିଲା।

ଏହି ଜନଗଣନାରେ ଜାତିଗତ ତଥ୍ୟ ସଂଗ୍ରହ କରାଯିବା ନେଇ ମଧ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୧୯୪୧ ପରେ ଏହା ହେଉଛି ପ୍ରଥମ ଜାତିଗତ ଜନଗଣନା, ଯାହାର ତଥ୍ୟ ୨୦୨୮ ଶେଷ ସୁଦ୍ଧା ପ୍ରକାଶ ପାଇପାରେ। ଏହି ପ୍ରକ୍ରିୟାକୁ ସ୍ୱଚ୍ଛ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ ଅଧିକାରୀମାନଙ୍କୁ ତାଲିମ ଦିଆଯିବାର ଆବଶ୍ୟକତା ରହିଛି।

ଓଡ଼ିଶାରେ ଏହି ଜନଗଣନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ନିଖିଲ ପବନ କଲ୍ୟାଣଙ୍କୁ ସେନସସ୍‌ ଅପରେସନର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ଡିଓପିଟି ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି।

ଜନଗଣନା ପରେ ଲୋକସଭା ଓ ବିଧାନସଭା ଆସନଗୁଡ଼ିକର ପରିସୀମନ ମଧ୍ୟ କରାଯାଇପାରେ, ଯାହା ୨୦୨୮ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଏହା ପରେ ୨୦୨୯ରୁ ନୂଆ ଆସନ ବିଭାଜନ ଅନୁସାରେ ନିର୍ବାଚନ ହେବାର ସମ୍ଭାବନା ରହିଛି।

ଏହି ଜନଗଣନା ଦେଶର ସାମାଜିକ, ଆର୍ଥିକ ଓ ଜନସାଂଖ୍ୟିକ ତଥ୍ୟ ସଂଗ୍ରହ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହା ସରକାରୀ ଯୋଜନା ଏବଂ ନୀତି ନିର୍ମାଣରେ ମଧ୍ୟ ସହାୟକ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri