ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିବା ସମସ୍ତ କର୍ମଚାରୀଙ୍କୁ ସହକାରୀ ନିର୍ଦ୍ଦେଶକ, ଜନଗଣନା ପରିଚାଳନା ନିର୍ଦ୍ଦେଶାଳୟ ଉମାଶଙ୍କର ସାହୁ, ପରିସଂଖ୍ୟାନ ଅନୁସନ୍ଧାନକାରୀ ବସନ୍ତ କୁମାର ସେନାପତିଙ୍କ ଅଧ୍ୟକ୍ଷତାରେ ଗୃହ ତାଲିକାକରଣ ଓ ଗୃହ ଗଣନାର ପ୍ରଥମ ପର୍ଯ୍ୟାୟ ପ୍ରସ୍ତୁତି କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା ସହ ଜନଗଣନା ସମ୍ବନ୍ଧୀୟ ବିଷୟ ଉପରେ ତାଲିମ ପ୍ରଦାନ କରିଥିଲେ। ବୈଠକରେ ଜନଗଣନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଆସନ୍ତା ୧୬ ଏପ୍ରିଲ ୨୦୨୬ ରୁ ଆରମ୍ଭ ହୋଇ ୧୫ ମେ’ ୨୦୨୬ ପର୍ଯ୍ୟନ୍ତ ଚାଲିବ। ଏହା ଦେଶର ପ୍ରଥମ ଡିଜିଟାଲ ଜନଗଣନା, ହୋଇଥିବାରୁ ଏଥିରେ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି। ସେଲ୍ଫ ଏନ୍ୟୁମେରେସନ, ସାଧାରଣ ଜନତାଙ୍କ ସୁବିଧା ପାଇଁ ୦୧ ଏପ୍ରିଲ ୨୦୨୬ରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ନିଜସ୍ବ ଗଣନା ବ୍ୟବସ୍ଥା ଉପଲବ୍ଧ ହେବ, ଯେଉଁଠାରେ ନାଗରିକମାନେ ନିଜେ ନିଜର ତଥ୍ୟ ପ୍ରଦାନ କରିପାରିବେ। ମୋବାଇଲ ଆପ୍‌ ବ୍ୟବହାର ଏବଂ ଜନଗଣନା ପରିଚାଳନା ଓ ନିରୀକ୍ଷଣ ପୋର୍ଟାଲ ସମ୍ପର୍କରେ ସମସ୍ତ ଚାର୍ଜ ଅଧିକାରୀଙ୍କୁ ବିଧିବଦ୍ଧ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ମନ୍ଦରଧର ମହାଳିକ, ଉପଜିଲାପାଳ କେନ୍ଦୁଝର ଉମାଶଙ୍କର ଦଳେଇ, ଉପଜିଲାପାଳ ଆନନ୍ଦପୁର ନୀଳମାଧବ ସୁନା, ଉପଜିଲାପାଳ ଚମ୍ପୁଆ ଉମାକାନ୍ତ ପରିଡ଼ା, ସହକାରୀ ଜିଲାପାଳ ସରୋଜ କୁମାର ମଲ୍ଲିକ ଉପସ୍ଥିତ ରହି କାର୍ଯ୍ୟଧାରା ସମ୍ପର୍କରେ ମାର୍ଗଦର୍ଶନ କରିଥିଲେ। ଏଥିସହ ସମସ୍ତ ତହସିଲଦାର, ପୌର ନିର୍ବାହୀ ଅଧିକାରୀ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ଜନଗଣନା କାର୍ଯ୍ୟକୁ ସଠିକ ସମୟରେ ଓ ନିର୍ଭୁଲ ଭାବେ ସମ୍ପାଦନ କରିବାକୁ ଜିଲାପାଳ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

ଯୁଦ୍ଧ ମଧ୍ୟରେ ଉତ୍ତରାଧିକାରୀ ଘୋଷଣା କଲା ଇରାନ, ଜାଣନ୍ତୁ କିଏ ସେହି ମହମ୍ମଦ ବାଘେର

ନୂଆଦିଲ୍ଲୀ,୨୫।୩: ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦ ସଚିବ ଅଲି ଲାରିଜାନିଙ୍କ ମୃତ୍ୟୁ ପରେ, ଇରାନ ବ୍ରିଗେଡିୟର ଜେନେରାଲ ମହମ୍ମଦ ବାଘେର ଜୋଲକାଦରଙ୍କୁ ଏହାର ନୂତନ ସୁରକ୍ଷା ମୁଖ୍ୟ…

ଯୁଦ୍ଧ ଭିତରେ ‘ଏମରଜେନ୍ସି’ ଘୋଷଣା କଲା ଏହି ଦେଶ, ଲକ୍‌ଡାଉନ ପରି ବନ୍ଦ ହେଲା…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଚାପ ଏବେ ଫିଲିପାଇନ୍ସ ପର୍ଯ୍ୟନ୍ତ ପହଞ୍ଚିଛି। ସାତ ସମୁଦ୍ର ଦୂର। ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଯୋଗୁଁ, ବିଶ୍ୱ ଇନ୍ଧନ ଯୋଗାଣ…

ଗୋଟି ଗୋଟି ସବୁ ଦେଶଠାରୁ ଯୁଦ୍ଧ କ୍ଷତି ଆଦାୟ କରିବ ଇରାନ, ଖେଳିଲା ବଡ଼ ଗେମ୍‌, ଏବେ ଭୋଗିବ ସାରା ବିଶ୍ୱ

ନୂଆଦିଲ୍ଲୀ, ୨୫।୩: ଟଳିନି ବିଶ୍ୱ ସଙ୍କଟ । ଯୁଦ୍ଧ ଦ୍ୱାରା ଏପର୍ଯ୍ୟନ୍ତ ହୋଇଥିବା କ୍ଷତି କେବଳ ଏକ ଝଲକ ଥିଲା। ପ୍ରକୃତ ସଙ୍କଟ ଏବେ ଆରମ୍ଭ ହୋଇଛି,…

ବାଇକରେ ଯାଉଥିବାବେଳେ ବ୍ୟକ୍ତିଙ୍କ ଉପରେ ଚଢିଗଲା ଟ୍ରକ୍‌, ଘଟଣାସ୍ଥଳରେ…

ବାଣପୁର,୨୫।୩ (ଦିଲ୍ଲୀପ କୁମାର ସ୍ବାଇଁ ): ମର୍ମନ୍ତୁଦ ଦୁର୍ଘଟଣା। ଟ୍ରକ୍‌ ଚକା ତଳେ ଚାପି ହୋଇ ଚାଲିଗଲା ଜୀବନ। ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ କୁଲେଇ…

ଯୁଦ୍ଧ ଭିତରେ ତାଣ୍ଡବ କରିବ ବାତ୍ୟା, ଭୟଙ୍କର ଭାବରେ ଇରାନକୁ ମାଡ଼ି ଆସୁଛି…

ତେହରାନ,୨୫।୩: ଯୁଦ୍ଧଗ୍ରସ୍ତ ମଧ୍ୟପ୍ରାଚ୍ୟ ପାଇଁ, ଆଉ ଏକ ପ୍ରମୁଖ ଚ୍ୟାଲେଞ୍ଜ ଏବେ ଉଭା ହୋଇଛି। ଏଥର, ପ୍ରତିଦ୍ୱନ୍ଦ୍ୱୀ କୌଣସି ଦେଶ ନୁହେଁ, ବରଂ ପ୍ରକୃତି। ଏକ ଶକ୍ତିଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri