Posted inଜାତୀୟ

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର ବୁକ୍‌ କରିବାର ୪୫ ଦିନ ପରେ ହିଁ ଦ୍ୱିତୀୟ ସିଲିଣ୍ଡର ବୁକ୍‌ କରାଯାଇପାରିବ। ତେବେ ଏବେ କେନ୍ଦ୍ର ସରକାର ଏହି ନିୟମରେ ପରିବର୍ତ୍ତନ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପୀ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଏଣିକି ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଗ୍ୟାସ ସିଲିଣ୍ଡର ରିଫିଲର ପରବର୍ତ୍ତୀ ବୁକିଂ ୨୫ ଦିନ ମଧ୍ୟରେ କରାଯାଇପାରିବ।

ଏହି ନୂଆ ବ୍ୟବସ୍ଥା ସୋମବାର, ସେପ୍ଟେମ୍ବର ୭ ତାରିଖରୁ ଲାଗୁ ହୋଇଛି। ଏବେ ଗ୍ରାହକଙ୍କୁ ପୁଣିଥରେ ଗ୍ୟାସ ସିଲିଣ୍ଡର ବୁକ୍‌ କରିବା ପାଇଁ ୪୫ ଦିନ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ମାତ୍ର ୨୫ ଦିନ ମଧ୍ୟରେ ସେମାନେ ପରବର୍ତ୍ତୀ ଗ୍ୟାସ ସିଲିଣ୍ଡର ବୁକ୍‌ କରିପାରିବେ। ଏହା ଫଳରେ ଗ୍ରାହକମାନଙ୍କୁ ଗ୍ୟାସ ସିଲିଣ୍ଡର ନେଇ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ।

ଏନେଇ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ପର୍ଯ୍ୟଟନ ମନ୍ତ୍ରୀ ସୁରେଶ ଗୋପୀ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୭ ତାରିଖରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ କହିଛନ୍ତି ଯେ, ଏହି ପରିବର୍ତ୍ତନକୁ ତୁରନ୍ତ ଲାଗୁ କରିବା ପାଇଁ ସରକାର ତୈଳ ବିପଣନ କମ୍ପାନୀ (OMCs)ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।

ସେ ଆହୁରି କହିଛନ୍ତି ଯେ, ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ତୈଳ କମ୍ପାନୀଗୁଡ଼ିକ ଉପରେ ଅଧିକ ଚାପ ରହିଥିଲା। ଏହି କାରଣରୁ ସହରାଞ୍ଚଳରେ ଗ୍ୟାସ ରିଫିଲ ବୁକିଂ ମଧ୍ୟରେ ୨୫ ଦିନ ଏବଂ ଗ୍ରାମାଞ୍ଚଳରେ ୪୫ ଦିନର ବ୍ୟବଧାନ ରଖାଯାଇଥିଲା। ଏବେ ଏହି ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri