ପଦ୍ମପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକୀ ଉତ୍ସବ

ସୋରଡା,୨୪।୪: (ଡିଏନଏ) ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମର ନୂତନଉନ୍ନୀତ ଉଚ୍ଚ ବିଦ୍ୟାଳୟର ଆଜି ଶତବାର୍ଷିକୀ ଉତ୍ସବ ମହାସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ମାନନୀୟା ଆସିକା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋୟୀ, ମୁଖ୍ୟବକ୍ତା ଭାବେ ଅତିରିକ୍ତ ଗୋଷ୍ଠିି ଶିକ୍ଷା ଅଧିକାରୀ ଶ୍ରୀ ଅଭିମନ୍ୟୁ ସାହୁ ଏବଂ ସମ୍ମାନୀତ ଅତିଥି ରୂପେ ଜିଲା ପରିଷଦ ସଦସ୍ୟ ଶ୍ରୀ ପ୍ରଫୁଲ୍ଲ ମହାଙ୍କୁଡ ଓ ସୋରଡ଼ା ଏନ ଏ ସି ଅଧ୍ୟକ୍ଷ ଶ୍ରୀ ଶିବ ଶଙ୍କର ପଣ୍ଡା ଏବଂ ସ୍କୁଲ କମିଟି ସଭାପତି ଶ୍ରୀ ନବୀନ ବାଡ଼ତ୍ୟା ପ୍ରଭୃତି ଯୋଗ ଦେଇଥିଲେ । ଶ୍ରୀମତୀ ବିଷୋୟୀ ପିଲାଙ୍କୁ ଭଲ ପାଠ ପଢିବାକୁ କହିବା ସହ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ଗଠନରେ ଦ୍ରୋଣାଚାର୍ଯ୍ୟର ଭୂମିକା ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଗାଁର ସ୍କୁଲକୁ ନମ୍ବର୍‌ ୧ ରେ ପରିଣତ କରିବାକୁ ଚେଷ୍ଟା କରାଯିବ ବୋଲି କହିଛନ୍ତି । ସ୍କୁଲର ଯଥା ଶୀଘ୍ର ମରାମତି କରାଇବା ସହ ଗାଁର ସର୍ବାଙ୍ଗୀନ ଉନ୍ନତି ପାଇଁ ଯେଉଁ ଯେଉଁ ଆବଶ୍ୟକତା ଅଛି ତାକୁ ତୁରନ୍ତ ପୂରଣ କରାଯିବ ବୋଲି ସେ ପ୍ରତଶ୍ରୁତି ଦେଇଛନ୍ତି । ଏଥିସହ କୃତି ବିଦ୍ୟାର୍ଥୀଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଏଥିରେ ପୂର୍ବତନ ଛାତ୍ର ଏନ.ନୀଳମାଧବ ପାତ୍ର ମଞ୍ଚ ପରିଚାଳନା କରିବା ସହ ପ୍ରଧାନ ଶିକ୍ଷକ ଶ୍ରୀ ସାଗର କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା ସାଙ୍ଗକୁ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ବହୁ ପୁରାତନ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ଏଂ ଗ୍ରାମବାସୀ ମାନେ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri