ପଦ୍ମପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକୀ ଉତ୍ସବ

ସୋରଡା,୨୪।୪: (ଡିଏନଏ) ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମର ନୂତନଉନ୍ନୀତ ଉଚ୍ଚ ବିଦ୍ୟାଳୟର ଆଜି ଶତବାର୍ଷିକୀ ଉତ୍ସବ ମହାସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ମାନନୀୟା ଆସିକା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋୟୀ, ମୁଖ୍ୟବକ୍ତା ଭାବେ ଅତିରିକ୍ତ ଗୋଷ୍ଠିି ଶିକ୍ଷା ଅଧିକାରୀ ଶ୍ରୀ ଅଭିମନ୍ୟୁ ସାହୁ ଏବଂ ସମ୍ମାନୀତ ଅତିଥି ରୂପେ ଜିଲା ପରିଷଦ ସଦସ୍ୟ ଶ୍ରୀ ପ୍ରଫୁଲ୍ଲ ମହାଙ୍କୁଡ ଓ ସୋରଡ଼ା ଏନ ଏ ସି ଅଧ୍ୟକ୍ଷ ଶ୍ରୀ ଶିବ ଶଙ୍କର ପଣ୍ଡା ଏବଂ ସ୍କୁଲ କମିଟି ସଭାପତି ଶ୍ରୀ ନବୀନ ବାଡ଼ତ୍ୟା ପ୍ରଭୃତି ଯୋଗ ଦେଇଥିଲେ । ଶ୍ରୀମତୀ ବିଷୋୟୀ ପିଲାଙ୍କୁ ଭଲ ପାଠ ପଢିବାକୁ କହିବା ସହ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ଗଠନରେ ଦ୍ରୋଣାଚାର୍ଯ୍ୟର ଭୂମିକା ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଗାଁର ସ୍କୁଲକୁ ନମ୍ବର୍‌ ୧ ରେ ପରିଣତ କରିବାକୁ ଚେଷ୍ଟା କରାଯିବ ବୋଲି କହିଛନ୍ତି । ସ୍କୁଲର ଯଥା ଶୀଘ୍ର ମରାମତି କରାଇବା ସହ ଗାଁର ସର୍ବାଙ୍ଗୀନ ଉନ୍ନତି ପାଇଁ ଯେଉଁ ଯେଉଁ ଆବଶ୍ୟକତା ଅଛି ତାକୁ ତୁରନ୍ତ ପୂରଣ କରାଯିବ ବୋଲି ସେ ପ୍ରତଶ୍ରୁତି ଦେଇଛନ୍ତି । ଏଥିସହ କୃତି ବିଦ୍ୟାର୍ଥୀଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯାଇଥିଲା । ଏଥିରେ ପୂର୍ବତନ ଛାତ୍ର ଏନ.ନୀଳମାଧବ ପାତ୍ର ମଞ୍ଚ ପରିଚାଳନା କରିବା ସହ ପ୍ରଧାନ ଶିକ୍ଷକ ଶ୍ରୀ ସାଗର କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା ସାଙ୍ଗକୁ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ବହୁ ପୁରାତନ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ଏଂ ଗ୍ରାମବାସୀ ମାନେ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri