ଆର୍‌ଏସ୍‌ଏସ୍‌ର ଶତାବ୍ଦୀ ବର୍ଷ ଉତ୍ସବ ପାଳିତ

ଭଞ୍ଜନଗର,୨୯ା୯(ବାବୁଲା ପ୍ରଧାନ):  ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସ୍‌ଏସ୍‌) ଭଞ୍ଜନଗର ଶାଖା ପକ୍ଷରୁ ରବିବାର
ଏବଂ କୁଲାଡ ଶାଖା ପକ୍ଷରୁ ସୋମବାର ଆରଏସ୍‌ଏସ୍‌ର ଶତାବ୍ଦୀ ବର୍ଷ ଉତ୍ସବ ପାଳନ ହୋଇଛି। ଏହି ଦୁଇ କାର୍ଯ୍ୟକ୍ରମରେ ସଂଘରେ ଯୋଗ ଦେଇଥିବା ଶତାଧିକ ସଭ୍ୟ ସହର ପରିକ୍ରମା କରିଥିଲେ। ଏହି ସମୟରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ସମେତ ଭାଜପା ଏବଂ ଆରଏସ୍‌ଏସ୍‌ର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ। ରବିବାର ଆରଏସ୍‌ଏସ୍‌ର ଶତାବ୍ଦୀ ବର୍ଷ ଉପଲକ୍ଷେ ଭଞ୍ଜନଗର ଜେଲ ପଡ଼ିଆଠାରେ ଏକ ସଭା ହୋଇଥିଲା। ସଭା ପୂର୍ବରୁ ସଂଘ କର୍ମକର୍ତ୍ତାମାନେ ଢିହପଢାଳ ସରସ୍ବତୀ ଶିଶୁ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ବ୍ଲକ ଛକ,ଭେଜିପୁଟ, ଶିବ ମନ୍ଦିର, ଚକରା ବିଷୋୟୀ ବାଇପାସ ଛକ ଦେଇ ଜେଲ ପଡ଼ିଆଠାରେ ପହଞ୍ଚତ୍ଥିଲେ। ପରେ ସେଠାରେ ଶାରୀରିକ ଶକ୍ତି ପ୍ରଦର୍ଶନ ସହ ବୌଦ୍ଧିକ କାର୍ଯ୍ୟକ୍ରମ ହୋଇଥିଲା। ଘୁମୁସର ସଂଘ ଚାଳକ ବନମାଳୀ ଗୌଡ଼, ଓଡ଼ିଶା ପୂର୍ବ ପ୍ରାନ୍ତ ମହାବିଦ୍ୟାଳୟ ପ୍ରମୁଖ ମନୋରଞ୍ଜନ ପ୍ରଧାନ, ଭଞ୍ଜନଗର ଖଣ୍ଡ କାର୍ଯ୍ୟବାହ ପ୍ରଦୀପ ଆଚାର୍ଯ୍ୟଙ୍କ ସହ ଆରଏସ୍‌ଏସ୍‌ର ବହୁ କର୍ମକର୍ତ୍ତା ଏବଂ ବିଶ୍ବହିନ୍ଦୁ ପରିଷଦର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପୂର୍ବ ପ୍ରାନ୍ତ ଓଡ଼ିଶାର ମୁରଲୀଧର ପଣ୍ଡା, ଭଞ୍ଜନଗର ବିଶ୍ବହିନ୍ଦୁ ପରିଷଦର ସଦସ୍ୟମାନେ ଉପସ୍ଥିତ ଥିଲେ। ସେହିଭଳି ସୋମବାର କୁଲାଡରେ ହୋଇଥିବା କାର୍ଯ୍ୟକ୍ରମରେ ଶତାଧିକ ସଭ୍ୟ ଯୋଗଦେଇ ନଗର ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri