ହାଇକୋର୍ଟ ସ୍ଥାୟୀ ବେଞ୍ଚ ପାଇଁ କେନ୍ଦ୍ର ରାଜି: ରିଜିଜୁ

ସମ୍ବଲପୁର,୮ା୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଆବଶ୍ୟକ ନ ଥିବା ସୁପ୍ରିମକୋର୍ଟ କହିବା ପରେ ଅଞ୍ଚଳବାସୀଙ୍କ ଆଶା ମଉଳି ଯାଇଥିଲା। ହେଲେ କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ଚିଠି ଏହି ଆଶାକୁ ଉଜ୍ଜୀବିତ କରିଛି। ବରଗଡ଼ ଲୋକ ସଭା ଏମ୍‌ପି ସୁରେଶ ପୂଜାରୀ ଡିସେମ୍ବର ୨୧ରେ ପାର୍ଲାମେଣ୍ଟରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ରଖିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ମନ୍ତ୍ରୀ। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବି ହେଉଥିବା ନେଇ ରାଜ୍ୟ ସରକାର ଚିଠି କରିଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ବାରମ୍ବାର ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେବାକୁ ଚିଠି କରାଯାଇଛି। ଆବଶ୍ୟକ ଜମି, ଭିତ୍ତିଭୂମି, ସ୍ଥାନ, କର୍ମଚାରୀ ଓ ଆନୁଷଙ୍ଗିକ ବ୍ୟବସ୍ଥା ଯୋଗାଇଦେବାକୁ କୁହାଯାଇଥିଲା। ହେଲେ ଆଜି ପର୍ଯ୍ୟନ୍ତ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିନାହାନ୍ତି। ହାଇକୋର୍ଟ ବେଞ୍ଚ ପାଇଁ ରାଜ୍ୟ ସରକାର ଓ ହାଇକୋର୍ଟ ମତ ଦେବା ନିହାତି ଆବଶ୍ୟକ। ରାଜ୍ୟ ସରକାର ଫୋରମରେ ପ୍ରସ୍ତାବ ଦେଉନାହାନ୍ତି। ଯଦି ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦାନ କରିବେ, ତା’ହେଲେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଉଲ୍ଲେଖ ରହିଛି।
ଏ ସମ୍ପର୍କରେ ବରଗଡ଼ ଏମ୍‌ପି ପୂଜାରୀ କହିଛନ୍ତି, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବରରେ ସମ୍ବଲପୁରରେ ଅଭାବନୀୟ ଘଟଣା ଘଟିଥିଲା। ଏହାକୁ ନେଇ ସଂସଦରେ ପ୍ରଶ୍ନ ଉଠାଇଥିଲି। କେନ୍ଦ୍ର ଆଇନମନ୍ତ୍ରୀ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେଲେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ଅର୍ଥାତ୍‌ କେନ୍ଦ୍ର ସରକାର ହାଇକୋର୍ଟ ସ୍ଥାୟୀ ବେଞ୍ଚ ପାଇଁ ରାଜି ଥିବା ସ୍ପଷ୍ଟ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରାୟ ୬୦ ବର୍ଷରୁ ଊର୍ଦ୍ଧ୍ୱ ହେବ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ହୋଇଆସୁଛି। ଗତ ନଭେମ୍ବର ୨୯ ଓ ଡିସେମ୍ବର ୧୨ରେ ସମ୍ବଲପୁରରେ ଆନ୍ଦୋଳନ ସମୟରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ ଓକିଲମାନେ ବାହାର କରିଦେଇଥିଲେ। ପୋଲିସ ଉକ୍ତ ଘଟଣାରେ ୩୦ଜଣ ଓକିଲ, ୮ଜଣ କିନ୍ନର ଓ ଜଣେ ସାଧାରଣ ଲୋକଙ୍କୁ ଗିରଫ କରିଛି। ଘଟଣା ପରେ ଡିସେମ୍ବର ୧୪ରେ ସୁପ୍ରିମକୋର୍ଟ ଓଡ଼ିଶାରେ ହାଇକୋର୍ଟ ବେଞ୍ଚର ଆବଶ୍ୟକତା ନାହିଁ। ପ୍ରତି ଜିଲାରେ ହାଇକୋର୍ଟ ଭର୍ଚୁଆଲ କ୍ୟାବିନ ଦ୍ୱାରା ପରିଚାଳିତ ହେବ ବୋଲି କହିଥିଲେ। ଏହା ପରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଆଶା ମଉଳି ଯାଇଥିଲା। କେନ୍ଦ୍ରମନ୍ତ୍ରୀଙ୍କ ଚିଠି ପରେ ଏବେ ପୁଣି ଆଶା ଉଜ୍ଜୀବିତ ହୋଇଛି। ଏବେ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେବେ ନା ପୁଣି କେନ୍ଦ୍ର ଉପରେ ଦୋଷଦେଇ ସମୟ ବିତାଇବେ ତାହା ସମୟ କହିବ ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

ଗୋପାଳପୁର ଚିନ୍ତାରେ ବିଜେଡି: ପ୍ରଦୀପଙ୍କ ପଛେ ପଛେ ଭାଜପାରେ ସାମିଲ ହେଉଛନ୍ତି କର୍ମୀ

ଗୋପାଳପୁର,୨୮।୩(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନୀତି ତାତି ସେତେ ବଢୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀ ଗୋଳନ୍ଥରା ସ୍ଥିତ...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri