ହାଇକୋର୍ଟ ସ୍ଥାୟୀ ବେଞ୍ଚ ପାଇଁ କେନ୍ଦ୍ର ରାଜି: ରିଜିଜୁ

ସମ୍ବଲପୁର,୮ା୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଆବଶ୍ୟକ ନ ଥିବା ସୁପ୍ରିମକୋର୍ଟ କହିବା ପରେ ଅଞ୍ଚଳବାସୀଙ୍କ ଆଶା ମଉଳି ଯାଇଥିଲା। ହେଲେ କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ ଚିଠି ଏହି ଆଶାକୁ ଉଜ୍ଜୀବିତ କରିଛି। ବରଗଡ଼ ଲୋକ ସଭା ଏମ୍‌ପି ସୁରେଶ ପୂଜାରୀ ଡିସେମ୍ବର ୨୧ରେ ପାର୍ଲାମେଣ୍ଟରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ରଖିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ମନ୍ତ୍ରୀ। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବି ହେଉଥିବା ନେଇ ରାଜ୍ୟ ସରକାର ଚିଠି କରିଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ବାରମ୍ବାର ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେବାକୁ ଚିଠି କରାଯାଇଛି। ଆବଶ୍ୟକ ଜମି, ଭିତ୍ତିଭୂମି, ସ୍ଥାନ, କର୍ମଚାରୀ ଓ ଆନୁଷଙ୍ଗିକ ବ୍ୟବସ୍ଥା ଯୋଗାଇଦେବାକୁ କୁହାଯାଇଥିଲା। ହେଲେ ଆଜି ପର୍ଯ୍ୟନ୍ତ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିନାହାନ୍ତି। ହାଇକୋର୍ଟ ବେଞ୍ଚ ପାଇଁ ରାଜ୍ୟ ସରକାର ଓ ହାଇକୋର୍ଟ ମତ ଦେବା ନିହାତି ଆବଶ୍ୟକ। ରାଜ୍ୟ ସରକାର ଫୋରମରେ ପ୍ରସ୍ତାବ ଦେଉନାହାନ୍ତି। ଯଦି ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦାନ କରିବେ, ତା’ହେଲେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଉଲ୍ଲେଖ ରହିଛି।
ଏ ସମ୍ପର୍କରେ ବରଗଡ଼ ଏମ୍‌ପି ପୂଜାରୀ କହିଛନ୍ତି, ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବରରେ ସମ୍ବଲପୁରରେ ଅଭାବନୀୟ ଘଟଣା ଘଟିଥିଲା। ଏହାକୁ ନେଇ ସଂସଦରେ ପ୍ରଶ୍ନ ଉଠାଇଥିଲି। କେନ୍ଦ୍ର ଆଇନମନ୍ତ୍ରୀ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେଲେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ଅର୍ଥାତ୍‌ କେନ୍ଦ୍ର ସରକାର ହାଇକୋର୍ଟ ସ୍ଥାୟୀ ବେଞ୍ଚ ପାଇଁ ରାଜି ଥିବା ସ୍ପଷ୍ଟ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରାୟ ୬୦ ବର୍ଷରୁ ଊର୍ଦ୍ଧ୍ୱ ହେବ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ହୋଇଆସୁଛି। ଗତ ନଭେମ୍ବର ୨୯ ଓ ଡିସେମ୍ବର ୧୨ରେ ସମ୍ବଲପୁରରେ ଆନ୍ଦୋଳନ ସମୟରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ ଓକିଲମାନେ ବାହାର କରିଦେଇଥିଲେ। ପୋଲିସ ଉକ୍ତ ଘଟଣାରେ ୩୦ଜଣ ଓକିଲ, ୮ଜଣ କିନ୍ନର ଓ ଜଣେ ସାଧାରଣ ଲୋକଙ୍କୁ ଗିରଫ କରିଛି। ଘଟଣା ପରେ ଡିସେମ୍ବର ୧୪ରେ ସୁପ୍ରିମକୋର୍ଟ ଓଡ଼ିଶାରେ ହାଇକୋର୍ଟ ବେଞ୍ଚର ଆବଶ୍ୟକତା ନାହିଁ। ପ୍ରତି ଜିଲାରେ ହାଇକୋର୍ଟ ଭର୍ଚୁଆଲ କ୍ୟାବିନ ଦ୍ୱାରା ପରିଚାଳିତ ହେବ ବୋଲି କହିଥିଲେ। ଏହା ପରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଆଶା ମଉଳି ଯାଇଥିଲା। କେନ୍ଦ୍ରମନ୍ତ୍ରୀଙ୍କ ଚିଠି ପରେ ଏବେ ପୁଣି ଆଶା ଉଜ୍ଜୀବିତ ହୋଇଛି। ଏବେ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ପ୍ରସ୍ତାବ ଦେବେ ନା ପୁଣି କେନ୍ଦ୍ର ଉପରେ ଦୋଷଦେଇ ସମୟ ବିତାଇବେ ତାହା ସମୟ କହିବ ବୋଲି ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri