Posted inଜାତୀୟ

କୃଷକଙ୍କ ପାଇଁ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭।୮: କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ସ୍ବଳ୍ପ ମିଆଦି ଋଣ ଠିକ ସମୟରେ ପରିଶୋଧ କରୁଥିବା ଚାଷୀଙ୍କ ପାଇଁ କ୍ୟାବିନେଟ ଇଣ୍ଟରେଷ୍ଟ ସବଭେନ୍ସନ ସ୍କିମ ଜାରି କରିଛି। ଏହି ସ୍କିମ୍‌ ଅନୁଯାୟୀ, ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ମିଆଦି ଋଣ ନେଇଥିବା କୃଷକମାନେ ସୁଧରେ ୧.୫ ପ୍ରତିଶତ ରିହାତି ପାଇବେ। ଏଥିପାଇଁ ସରକାର ବଜେଟରେ ୩୪,୮୪୬ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାସହ କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ ଖର୍ଚ୍ଚ ୫୦,୦୦୦ କୋଟିରୁ ୫ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। କ୍ୟାବିନେଟ୍‌ ବୈଠକ ପରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ସରକାରଙ୍କ ପକ୍ଷରୁ ସମବାୟ ସମିତି ଏବଂ ବ୍ୟାଙ୍କ ମାଧ୍ୟମରେ କୃଷକମାନଙ୍କୁ କମ ସୁଧ ହାରରେ ସ୍ବଳ୍ପ ଏବଂ ଦୀର୍ଘ ମିଆଦି ଋଣ ଦିଆଯାଏ। ଅନେକ କୃଷକ ଏହି ଋଣକୁ ଠିକ ସମୟରେ ପରିଶୋଧ କରନ୍ତି ଏବଂ ଅନେକ କୃଷକ କୌଣସି କାରଣରୁ ଋଣ ଠିକ ସମୟରେ ପରିଶୋଧ କରିବାରେ ଅସମର୍ଥ ଅଟନ୍ତି। ଯେଉଁ କୃଷକମାନେ ଋଣକୁ ଠିକ ସମୟରେ ପରିଶୋଧ କରୁଛନ୍ତି, ସେମାନେ କେବଳ ଇଣ୍ଟରେଷ୍ଟ ସବଭେନ୍ସନ ସ୍କିମର ଲାଭ ପାଇବେ। ବର୍ତ୍ତମାନ ସରକାର କିଷାନ କ୍ରେଡିଟ କାର୍ଡ ଅଧୀନରେ ସ୍ବଳ୍ପ ସୁଧ ହାରରେ ଋଣ ପ୍ରଦାନ କରୁଛନ୍ତି। ଯେଉଁ କୃଷକମାନଙ୍କର କ୍ରେଡିଟ କାର୍ଡ ନାହିଁ ସେମାନେ ନିଜ ଅଞ୍ଚଳର ବ୍ଲକକୁ ଯାଇ କିସାନ କ୍ରେଡିଟ କାର୍ଡ (କେସିସି) ତିଆରି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri