Posted inଜାତୀୟ

କୃଷକଙ୍କ ପାଇଁ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭।୮: କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ସ୍ବଳ୍ପ ମିଆଦି ଋଣ ଠିକ ସମୟରେ ପରିଶୋଧ କରୁଥିବା ଚାଷୀଙ୍କ ପାଇଁ କ୍ୟାବିନେଟ ଇଣ୍ଟରେଷ୍ଟ ସବଭେନ୍ସନ ସ୍କିମ ଜାରି କରିଛି। ଏହି ସ୍କିମ୍‌ ଅନୁଯାୟୀ, ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବଳ୍ପ ମିଆଦି ଋଣ ନେଇଥିବା କୃଷକମାନେ ସୁଧରେ ୧.୫ ପ୍ରତିଶତ ରିହାତି ପାଇବେ। ଏଥିପାଇଁ ସରକାର ବଜେଟରେ ୩୪,୮୪୬ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାସହ କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ ଖର୍ଚ୍ଚ ୫୦,୦୦୦ କୋଟିରୁ ୫ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। କ୍ୟାବିନେଟ୍‌ ବୈଠକ ପରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ସରକାରଙ୍କ ପକ୍ଷରୁ ସମବାୟ ସମିତି ଏବଂ ବ୍ୟାଙ୍କ ମାଧ୍ୟମରେ କୃଷକମାନଙ୍କୁ କମ ସୁଧ ହାରରେ ସ୍ବଳ୍ପ ଏବଂ ଦୀର୍ଘ ମିଆଦି ଋଣ ଦିଆଯାଏ। ଅନେକ କୃଷକ ଏହି ଋଣକୁ ଠିକ ସମୟରେ ପରିଶୋଧ କରନ୍ତି ଏବଂ ଅନେକ କୃଷକ କୌଣସି କାରଣରୁ ଋଣ ଠିକ ସମୟରେ ପରିଶୋଧ କରିବାରେ ଅସମର୍ଥ ଅଟନ୍ତି। ଯେଉଁ କୃଷକମାନେ ଋଣକୁ ଠିକ ସମୟରେ ପରିଶୋଧ କରୁଛନ୍ତି, ସେମାନେ କେବଳ ଇଣ୍ଟରେଷ୍ଟ ସବଭେନ୍ସନ ସ୍କିମର ଲାଭ ପାଇବେ। ବର୍ତ୍ତମାନ ସରକାର କିଷାନ କ୍ରେଡିଟ କାର୍ଡ ଅଧୀନରେ ସ୍ବଳ୍ପ ସୁଧ ହାରରେ ଋଣ ପ୍ରଦାନ କରୁଛନ୍ତି। ଯେଉଁ କୃଷକମାନଙ୍କର କ୍ରେଡିଟ କାର୍ଡ ନାହିଁ ସେମାନେ ନିଜ ଅଞ୍ଚଳର ବ୍ଲକକୁ ଯାଇ କିସାନ କ୍ରେଡିଟ କାର୍ଡ (କେସିସି) ତିଆରି କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri