Posted inଜାତୀୟ

ବୁଷ୍ଟର ଡୋଜ୍‌ ପାଇଁ କ୍ୟାମ୍ପ୍‌ ଲଗାଇବାକୁ ରାଜ୍ୟଙ୍କୁ କେନ୍ଦ୍ରର ଅପିଲ୍‌…

ନୂଆଦିଲ୍ଲୀ, ୧୬।୮ : କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ସେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ଯୋଜନା, ସ୍ବାସ୍ଥ୍ୟ ଭିତ୍ତିଭୂମି ମିଶନ, ଟିକାକରଣ ଅଭିଯାନ ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା କରିଥିଲେ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଟୁଇଟ କରି ଏହି ସୂଚନା ଦେଇଛନ୍ତି।

ଏହି ବୈଠକରେ ସେ ସ୍ବାସ୍ଥ୍ୟ ସେବା ଭିତ୍ତିଭୂମିକୁ ମଜବୁତ କରିବା ଏବଂ ତୃଣମୂଳ ସ୍ତରରେ ଲୋକକେନ୍ଦ୍ରିକ ସ୍ବାସ୍ଥ୍ୟ ସେବାର କାର୍ଯ୍ୟକାରିତାକୁ ତ୍ୱରାନ୍ବିତ କରିବା ପାଇଁ କେନ୍ଦ୍ରୀୟ ପାଣ୍ଠିର ଠିକ ସମୟରେ ବ୍ୟବହାର କରିବାକୁ ସେ ନିବେଦନ କରିଛନ୍ତି। ବ୍ଲକ ସ୍ତରରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ଲାଗି ଅଭିଯାନକୁ ଉତ୍ସାହିତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏହି ବୈଠକ ସମ୍ପର୍କରେ ଏକ ବିବୃତ୍ତିରେ କହିଛି ଯେ ଅମୃତ ମହୋତ୍ସବ ଅନ୍ତର୍ଗତ ସର୍ବସାଧାରଣ ସ୍ଥାନରେ ଟିକାକରଣ ଶିବିର ଆୟୋଜନ କରି କୋଭିଡ-୧୯ ଟିକାକରଣର କଭରେଜକୁ ତ୍ୱରାନ୍ବିତ କରିବାକୁ ଏବଂ ବଚଷ୍ଟର ଡୋଜ୍‌ ପାଇଁ କ୍ୟାମ୍ପ୍‌ ଲଗାଇବାକୁ ମନ୍ତ୍ରୀ ମାଣ୍ଡବ୍ୟ ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳ ସରକାରଙ୍କୁ ଅପିଲ୍‌ କରିଛନ୍ତି। କୋର୍ବେଭ୍ୟାକ୍ସ ଟିକାର ବୁଷ୍ଟର ଡୋଜର ଉପଲବ୍ଧତାକୁ ବ୍ୟାପକ ଭାବରେ ପ୍ରସାର କରିବା ଏବଂ ବସ ଷ୍ଟାଣ୍ଡ, ରେଳ ଷ୍ଟେଶନ, ବିମାନବନ୍ଦର, ବିଦ୍ୟାଳୟ, କଲେଜ, ତୀର୍ଥଯାତ୍ରା ମାର୍ଗ ଏବଂ ଧାର୍ମିକ ସ୍ଥାନ ଆଦିଠାରେ ଟିକାକରଣ ଶିବିର ଆୟୋଜନ କରିବାକୁ ମାଣ୍ଡବ୍ୟ ପରାମର୍ଶ ଦେଇଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ ଏପର୍ଯ୍ୟନ୍ତ ୧୨.୩୬ କୋଟି ବୁଷ୍ଟର ଡୋଜ ଦିଆଯାଇଛି।

ଏହି ଅବସରରେ ମାଣ୍ଡବ୍ୟ କହିଛନ୍ତି ଯେ ସମଗ୍ର ଦେଶରେ ବହୁ ସ୍ତରୀୟ ସ୍ବାସ୍ଥ୍ୟ ଭିତ୍ତିଭୂମି ନେଟୱାର୍କ ସୃଷ୍ଟି, ଏହାକୁ ବିସ୍ତାର ଏବଂ ମଜବୁତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସରକାର ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ସହିତ ସହଯୋଗୀ ଆଭିମୁଖ୍ୟରେ କାର୍ଯ୍ୟ କରୁଛନ୍ତି।

ଏହି ବୈଠକରେ ଦିଲ୍ଲୀ, ହିମାଚଳ ପ୍ରଦେଶ, କେରଳ, କର୍ନାଟକ, ଉତ୍ତରପ୍ରଦେଶ, ଆସାମ, ହରିୟାଣା, ଝାଡଖଣ୍ଡ, ସିକିମ, ତାମିଲନାଡୁ, ତେଲେଙ୍ଗାନା, ଛତିଶଗଡ, ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶର ସ୍ବାସ୍ଥ୍ୟମନ୍ତ୍ରୀମାନେ ଯୋଗ ଦେଇଥିଲେ। ଏହି ଅବସରରେ ଭାଷଣ ଦେଇ ମାଣ୍ଡବ୍ୟ କହିଛନ୍ତି ଯେ ମହାମାରୀ ଆମକୁ ପ୍ରତ୍ୟେକ ଜିଲା ଏବଂ ବ୍ଲକରେ ଜଟିଳ ଚିକିତ୍ସା ଭିତ୍ତିଭୂମିରେ ବିନିଯୋଗ କରିବାକୁ ଶିକ୍ଷା ଦେଇଛି।

ସେ କହିଛନ୍ତି ଯେ ନାଗରିକମାନଙ୍କୁ ସୁବିଧାଜନକ, ସୁଲଭ, ଗୁଣାତ୍ମକ ତଥା ସମାନ ଜନସ୍ବାସ୍ଥ୍ୟ ସେବା ଯୋଗାଇବାରେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ ସହାୟତା କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ବୈଠକରେ ସେ କେତେକ ରାଜ୍ୟରେ କେନ୍ଦ୍ରୀୟ ପାଣ୍ଠିର ଉପଯୋଗକୁ ନେଇ ଉଦବେଗ ପ୍ରକାଶ କରିଥିଲେ। ସେ କହିଛନ୍ତି ଯେ କେନ୍ଦ୍ର ଦ୍ୱାରା ପାଣ୍ଠିର ଉପଯୋଗର ସମୀକ୍ଷା କରିବା ପରିବର୍ତ୍ତେ ରାଜ୍ୟଗୁଡିକ ସେମାନଙ୍କର କାର୍ଯ୍ୟଦକ୍ଷତାକୁ ବଢ଼ାଇବା ଉଚିତ ଏବଂ ସ୍ବାସ୍ଥ୍ୟ ଯୋଜନାଗୁଡିକର ଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ କେନ୍ଦ୍ର ଠାରୁ ଅର୍ଥ ମାଗିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri