Posted inଜାତୀୟ

ଅଧିକ ସମୟ ମାଗିଲା କେନ୍ଦ୍ର

ନୂଆଦିଲ୍ଲୀ, ୬।୧୨(ପି.ଟି.): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି ରହିଥିବାବେଳେ ଶନିବାର କେନ୍ଦ୍ର ସରକାରଙ୍କ ସହ ପଞ୍ଚମ ପର୍ଯ୍ୟାୟ ଆଲୋଚନା ବିନା ନିଷ୍କର୍ଷରେ ଶେଷ ହୋଇଛି। ନୂଆ ଆଇନ ପ୍ରତ୍ୟାହାର ଦାବିରେ କୃଷକମାନେ ଅଟଳ ରହିବା ଫଳରେ ଆଭ୍ୟନ୍ତରୀଣ ବିଚାରବିମର୍ଶ ଲାଗି ସରକାର ସମୟ ମାଗିଥିଲେ। ବୁଧବାର ଷଷ୍ଠ ପର୍ଯ୍ୟାୟ ଆଲୋଚନା ପାଇଁ କୃଷକ ସଂଗଠନ ରାଜି ହୋଇଛନ୍ତି।
ଆଲୋଚନା ଅର୍ଥହୀନ ବୋଲି କହି ଚାଷୀନେତାମାନେ ବୈଠକ ସ୍ଥଳ ଛାଡ଼ି ଚାଲିଯିବାକୁ ଧମକ ଦେଇଥିଲେ। ସରକାର ଆଇନ ପ୍ରତ୍ୟାହାର କରିବେ କି ନାହିଁ ସ୍ପଷ୍ଟ କରନ୍ତୁ ବୋଲି ସେମାନେ ଦାବି କରିଥିଲେ। ସରକାରୀ ସ୍ତରରେ ଆଲୋଚନା ପରେ କୃଷକଙ୍କ ଆଗରେ ନୂତନ ପ୍ରସ୍ତାବ ରଖାଯିବ ବୋଲି ବୈଠକ ଶେଷରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ଶନିବାର କୃଷକ ସଂଗଠନଗୁଡ଼ିକ ସହ ଆଲୋଚନା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବରିଷ୍ଠ କ୍ୟାବିନେଟ ସଦସ୍ୟମାନଙ୍କ ମଧ୍ୟରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, କୃଷିମନ୍ତ୍ରୀ ତୋମାର ପ୍ରମୁଖ ଯୋଗଦେଇଥିଲେ। ସରକାର ଆଇନର କେତେକ ଭାଗକୁ ସଂଶୋଧନ କରିବାକୁ ପ୍ରସ୍ତାବ ଦେଇଥିଲେ।
ତୋମାର ଏବଂ ରେଳମନ୍ତ୍ରୀ ପୀୟୂଷ ଗୋୟଲ ୫ମ ପର୍ଯ୍ୟାୟ ବୈଠକର ନେତୃତ୍ୱ ନେଇଥିଲେ। ସେମାନେ କୃଷକଙ୍କ ନିକଟରେ ଲିଖିତ ପ୍ରସ୍ତାବ ରଖିଥିଲେ। ଆମେ ଆଇନ ପ୍ରତ୍ୟାହାର ଚାହୁଁ, ସଂଶୋଧନକୁ ଗ୍ରହଣ କରିବୁ ନାହିଁ ବୋଲି ଦୋଆବା କିଷାନ ସଂଘର୍ଷ କମିଟିର ହରସୁଲିନ୍ଦର ସିଂ କହିଥିଲେ।
ଗୁରୁବାର ଆଲୋଚନା ବିଫଳ ହେବା ପରେ ପରବର୍ତ୍ତୀ ରଣନୀତି ପ୍ରସ୍ତୁତି ଲାଗି ଶୁକ୍ରବାର ୪୦ କୃଷକ ନେତା ଦିଲ୍ଲୀ-ହରିୟାଣା ସୀମାରେ ଏକାଠି ହୋଇଥିଲେ। କୃଷକମାନଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ଲାଗି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କୃଷିମନ୍ତ୍ରୀ ତୋମାର କହିଥିଲେ। ନୂଆ କୃଷି ଆଇନ ସମ୍ପର୍କରେ ସେମାନଙ୍କ ପ୍ରସ୍ତାବକୁ ମନ୍ତ୍ରୀ ସ୍ବାଗତ କରିଥିଲେ। ବିଜ୍ଞାନ ଭବନରେ ଅପରାହ୍ନ ୨ଟା ୩୦ରେ ବୈଠକ ଆରମ୍ଭ ହୋଇଥିଲା। ସେଠାରେ ତୋମାର, ଗୋୟଲଙ୍କ ସମେତ ବାଣିଜ୍ୟ ରାଷ୍ଟ୍ରମନ୍ତ୍ରୀ ସୋମପ୍ରକାଶ ମଧ୍ୟ ଉପସ୍ଥିତ ଥିଲେ।
ସେପଟେ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଥିବାବେଳେ ବାମଦଳଗୁଡ଼ିକ ଏହାକୁ ସମର୍ଥନ କରିଛନ୍ତି। ଶନିବାର ସିପିଆଇ(ଏମ୍‌), ସିପିଆଇ, ସିପିଆଇ (ଏମ୍‌-ଏଲ୍‌), ରିଭଲ୍ୟୁଶନାରୀ ସୋସିଆଲିଷ୍ଟ ପାର୍ଟି ଏବଂ ଅଲ୍‌ ଇଣ୍ଡିଆ ଫରଓ୍ବାର୍ଡ ବ୍ଲକ ପକ୍ଷରୁ ଏକ ମିଳିତ ବିବୃତିରେ ଏହା ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri