Posted inଜାତୀୟ

ଅଧିକ ସମୟ ମାଗିଲା କେନ୍ଦ୍ର

ନୂଆଦିଲ୍ଲୀ, ୬।୧୨(ପି.ଟି.): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି ରହିଥିବାବେଳେ ଶନିବାର କେନ୍ଦ୍ର ସରକାରଙ୍କ ସହ ପଞ୍ଚମ ପର୍ଯ୍ୟାୟ ଆଲୋଚନା ବିନା ନିଷ୍କର୍ଷରେ ଶେଷ ହୋଇଛି। ନୂଆ ଆଇନ ପ୍ରତ୍ୟାହାର ଦାବିରେ କୃଷକମାନେ ଅଟଳ ରହିବା ଫଳରେ ଆଭ୍ୟନ୍ତରୀଣ ବିଚାରବିମର୍ଶ ଲାଗି ସରକାର ସମୟ ମାଗିଥିଲେ। ବୁଧବାର ଷଷ୍ଠ ପର୍ଯ୍ୟାୟ ଆଲୋଚନା ପାଇଁ କୃଷକ ସଂଗଠନ ରାଜି ହୋଇଛନ୍ତି।
ଆଲୋଚନା ଅର୍ଥହୀନ ବୋଲି କହି ଚାଷୀନେତାମାନେ ବୈଠକ ସ୍ଥଳ ଛାଡ଼ି ଚାଲିଯିବାକୁ ଧମକ ଦେଇଥିଲେ। ସରକାର ଆଇନ ପ୍ରତ୍ୟାହାର କରିବେ କି ନାହିଁ ସ୍ପଷ୍ଟ କରନ୍ତୁ ବୋଲି ସେମାନେ ଦାବି କରିଥିଲେ। ସରକାରୀ ସ୍ତରରେ ଆଲୋଚନା ପରେ କୃଷକଙ୍କ ଆଗରେ ନୂତନ ପ୍ରସ୍ତାବ ରଖାଯିବ ବୋଲି ବୈଠକ ଶେଷରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। ଶନିବାର କୃଷକ ସଂଗଠନଗୁଡ଼ିକ ସହ ଆଲୋଚନା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବରିଷ୍ଠ କ୍ୟାବିନେଟ ସଦସ୍ୟମାନଙ୍କ ମଧ୍ୟରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, କୃଷିମନ୍ତ୍ରୀ ତୋମାର ପ୍ରମୁଖ ଯୋଗଦେଇଥିଲେ। ସରକାର ଆଇନର କେତେକ ଭାଗକୁ ସଂଶୋଧନ କରିବାକୁ ପ୍ରସ୍ତାବ ଦେଇଥିଲେ।
ତୋମାର ଏବଂ ରେଳମନ୍ତ୍ରୀ ପୀୟୂଷ ଗୋୟଲ ୫ମ ପର୍ଯ୍ୟାୟ ବୈଠକର ନେତୃତ୍ୱ ନେଇଥିଲେ। ସେମାନେ କୃଷକଙ୍କ ନିକଟରେ ଲିଖିତ ପ୍ରସ୍ତାବ ରଖିଥିଲେ। ଆମେ ଆଇନ ପ୍ରତ୍ୟାହାର ଚାହୁଁ, ସଂଶୋଧନକୁ ଗ୍ରହଣ କରିବୁ ନାହିଁ ବୋଲି ଦୋଆବା କିଷାନ ସଂଘର୍ଷ କମିଟିର ହରସୁଲିନ୍ଦର ସିଂ କହିଥିଲେ।
ଗୁରୁବାର ଆଲୋଚନା ବିଫଳ ହେବା ପରେ ପରବର୍ତ୍ତୀ ରଣନୀତି ପ୍ରସ୍ତୁତି ଲାଗି ଶୁକ୍ରବାର ୪୦ କୃଷକ ନେତା ଦିଲ୍ଲୀ-ହରିୟାଣା ସୀମାରେ ଏକାଠି ହୋଇଥିଲେ। କୃଷକମାନଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା ଲାଗି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କୃଷିମନ୍ତ୍ରୀ ତୋମାର କହିଥିଲେ। ନୂଆ କୃଷି ଆଇନ ସମ୍ପର୍କରେ ସେମାନଙ୍କ ପ୍ରସ୍ତାବକୁ ମନ୍ତ୍ରୀ ସ୍ବାଗତ କରିଥିଲେ। ବିଜ୍ଞାନ ଭବନରେ ଅପରାହ୍ନ ୨ଟା ୩୦ରେ ବୈଠକ ଆରମ୍ଭ ହୋଇଥିଲା। ସେଠାରେ ତୋମାର, ଗୋୟଲଙ୍କ ସମେତ ବାଣିଜ୍ୟ ରାଷ୍ଟ୍ରମନ୍ତ୍ରୀ ସୋମପ୍ରକାଶ ମଧ୍ୟ ଉପସ୍ଥିତ ଥିଲେ।
ସେପଟେ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଥିବାବେଳେ ବାମଦଳଗୁଡ଼ିକ ଏହାକୁ ସମର୍ଥନ କରିଛନ୍ତି। ଶନିବାର ସିପିଆଇ(ଏମ୍‌), ସିପିଆଇ, ସିପିଆଇ (ଏମ୍‌-ଏଲ୍‌), ରିଭଲ୍ୟୁଶନାରୀ ସୋସିଆଲିଷ୍ଟ ପାର୍ଟି ଏବଂ ଅଲ୍‌ ଇଣ୍ଡିଆ ଫରଓ୍ବାର୍ଡ ବ୍ଲକ ପକ୍ଷରୁ ଏକ ମିଳିତ ବିବୃତିରେ ଏହା ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?