କାନାଡା ଗ୍ୟାଙ୍ଗ୍‌ଷ୍ଟର ଲଖ୍‌ବୀରଙ୍କୁ ଆତଙ୍କବାଦୀ ଘୋଷଣାକଲା କେନ୍ଦ୍ର

ନୂଆଦିଲ୍ଲୀ,୩୧ା୧୨: କାନାଡାରେ ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜର ହତ୍ୟା ଘଟଣାକୁ ନେଇ ନୂଆଦିଲ୍ଲୀ ଏବଂ ଓଟାଓ୍ବା ମଧ୍ୟରେ କୂଟନୈତିକ ସ୍ତରରେ ଉତ୍ତେଜନା ଲାଗିରହିଥିବାବେଳେ କାନାଡ଼ାରେ ଥାଇ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇଥିବା ଗ୍ୟାଙ୍ଗ୍‌ଷ୍ଟର ଲଖବୀର ସିଂ ଲାଣ୍ଡାଙ୍କୁ କେନ୍ଦ୍ର ସରକାର ଆନୁଷ୍ଠାନିକ ଭାବେ ଆତଙ୍କବାଦୀ ଘୋଷଣା କରିଛନ୍ତି। ୩୪ ବର୍ଷୀୟ ଲଖ୍‌ବୀର ଖଲିସ୍ତାନୀ ସଂଗଠନ ବାବ୍ବର ଖାଲ୍‌ସା ଇଣ୍ଟରନ୍ୟାଶନାଲ (ବିକେଆଇ) ସହ ସମ୍ପୃକ୍ତ। ପଞ୍ଜାବ ତରନତରନ ଜିଲାର ନିରଞ୍ଜନ ସିଂ ଏବଂ ପରମିନ୍ଦର କୌରଙ୍କ ପୁଅ ହେଉଛନ୍ତି ଲଖବୀର। ଲଖବୀର ସିଂ ଲାଣ୍ଡା କାନାଡାର ଖଲିସ୍ତାନ ସପକ୍ଷବାଦୀ ତତ୍ତ୍ୱ ସହ ଘନିଷ୍ଠ ଭାବେ ଜଡ଼ିତ। ତାଙ୍କର ଶିଖ୍‌ ଫର୍‌ ଜଷ୍ଟିସ୍‌ର ନେତା ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁ, ଖଲିସ୍ତାନ ଟାଇଗର ଫୋର୍ସ୍‌ର ନେତା ହରଦୀପ୍‌ ସିଂ ନିଜ୍ଜର ଓ ଅନ୍ୟମାନଙ୍କ ସହ ସମ୍ପର୍କ ରହିଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜାରି କରିଥିବା ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri