କାନାଡା ଗ୍ୟାଙ୍ଗ୍‌ଷ୍ଟର ଲଖ୍‌ବୀରଙ୍କୁ ଆତଙ୍କବାଦୀ ଘୋଷଣାକଲା କେନ୍ଦ୍ର

ନୂଆଦିଲ୍ଲୀ,୩୧ା୧୨: କାନାଡାରେ ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜର ହତ୍ୟା ଘଟଣାକୁ ନେଇ ନୂଆଦିଲ୍ଲୀ ଏବଂ ଓଟାଓ୍ବା ମଧ୍ୟରେ କୂଟନୈତିକ ସ୍ତରରେ ଉତ୍ତେଜନା ଲାଗିରହିଥିବାବେଳେ କାନାଡ଼ାରେ ଥାଇ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇଥିବା ଗ୍ୟାଙ୍ଗ୍‌ଷ୍ଟର ଲଖବୀର ସିଂ ଲାଣ୍ଡାଙ୍କୁ କେନ୍ଦ୍ର ସରକାର ଆନୁଷ୍ଠାନିକ ଭାବେ ଆତଙ୍କବାଦୀ ଘୋଷଣା କରିଛନ୍ତି। ୩୪ ବର୍ଷୀୟ ଲଖ୍‌ବୀର ଖଲିସ୍ତାନୀ ସଂଗଠନ ବାବ୍ବର ଖାଲ୍‌ସା ଇଣ୍ଟରନ୍ୟାଶନାଲ (ବିକେଆଇ) ସହ ସମ୍ପୃକ୍ତ। ପଞ୍ଜାବ ତରନତରନ ଜିଲାର ନିରଞ୍ଜନ ସିଂ ଏବଂ ପରମିନ୍ଦର କୌରଙ୍କ ପୁଅ ହେଉଛନ୍ତି ଲଖବୀର। ଲଖବୀର ସିଂ ଲାଣ୍ଡା କାନାଡାର ଖଲିସ୍ତାନ ସପକ୍ଷବାଦୀ ତତ୍ତ୍ୱ ସହ ଘନିଷ୍ଠ ଭାବେ ଜଡ଼ିତ। ତାଙ୍କର ଶିଖ୍‌ ଫର୍‌ ଜଷ୍ଟିସ୍‌ର ନେତା ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁ, ଖଲିସ୍ତାନ ଟାଇଗର ଫୋର୍ସ୍‌ର ନେତା ହରଦୀପ୍‌ ସିଂ ନିଜ୍ଜର ଓ ଅନ୍ୟମାନଙ୍କ ସହ ସମ୍ପର୍କ ରହିଥିଲା ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଜାରି କରିଥିବା ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri