Posted inଜାତୀୟ

ସୁପାରିସ ସତ୍ତ୍ୱେ ବିଚାରପତି ନିଯୁକ୍ତ କରୁନି କେନ୍ଦ୍ର

ନୂଆଦିଲ୍ଲୀ,୨୩ା୩: ବିଚାରପତି ନିଯୁକ୍ତି ପାଇଁ ସୁପାରିସ ସତ୍ତ୍ୱେ ପ୍ରାର୍ଥୀମାନଙ୍କ ବରିଷ୍ଠତାକୁ କେନ୍ଦ୍ର ସରକାର ବିଚାରକୁ ନେଉନାହାନ୍ତି। ଏଥିଯୋଗୁ ସେମାନଙ୍କ କ୍ୟାରିୟର ପ୍ରଭାବିତ ହେଉଛି। ସୁପ୍ରିମକୋର୍ଟ କଲେଜିୟମ୍‌ ଏନେଇ ଚିନ୍ତା ବ୍ୟକ୍ତ କରିବା ସହ ପ୍ରାର୍ଥୀମାନଙ୍କ ବରିଷ୍ଠତାକୁ ଅଣଦେଖା ନ କରି ପଦୋନ୍ନତି ପ୍ରଦାନ ନିମନ୍ତେ କେନ୍ଦ୍ରକୁ ପରାମର୍ଶ ଦେଇଛନ୍ତି।
ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ୍‌ କହିଛନ୍ତି, ପୂର୍ବରୁ ସୁପାରିସ କରାଯାଇଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ପଦୋନ୍ନତି ଦିଆଯାଉ। ଜଷ୍ଟିସ୍‌ ସଞ୍ଜୟ କିଶନ କୌଲ ଏବଂ କେ.ଏମ୍‌. ଜୋସେଫ୍‌ ସାମିଲ ଥିବା କଲେଜିୟମ୍‌ ସୋମବାର ନିଜର ଏକ ରିଜୋଲ୍ୟୁଶନ୍‌ରେ ୪ ଜିଲା ଜଜ୍‌ଙ୍କୁ ମାଡ୍ରାସ୍‌ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ଦେବାକୁ ସୁପାରିସ କରିଛନ୍ତି।

ସେମାନେ ହେଲେ ଆର୍‌. ଶକ୍ତିଭିଏଲ. ପି. ଧନବଳ, ଚିନ୍ନାସ୍ବାମୀ କୁମାରପ୍ପାନ ଏବଂ କେ. ରାଜଶେଖର। ଗତ ଜାନୁୟାରୀ ୧୭ରେ ସୁପ୍ରିମକୋର୍ଟ କଲେଜିୟମ୍‌ ମାଡ୍ରାସ୍‌ ହାଇକୋର୍ଟରେ ଓକିଲାତି କରୁଥିବା ଆଇନଜୀବୀ ରାମାସ୍ବାମୀ ନୀଳକନ୍ଦନଙ୍କ ନାମ ଉକ୍ତ ଉଚ୍ଚ ଅଦାଲତରେ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲେ। ୨୦୨୩ ମାର୍ଚ୍ଚ ୩୧ରେ ରାମାସ୍ବାମୀଙ୍କୁ ୪୭.୦୯ ବର୍ଷ ହୋଇଥିଲା। ରାଜଶେଖରଙ୍କ ପୂର୍ବରୁ ରାମାସ୍ବାମୀଙ୍କୁ ନିଯୁକ୍ତି ଦିଆଯିବା ଜରୁରୀ। ଅନ୍ୟଥା ରାମାସ୍ବାମୀଙ୍କଠାରୁ କନିଷ୍ଠ ରାଜଶେଖର ବରିଷ୍ଠତା ହାସଲ କରିବେ, ଯାହାକି ପ୍ରତିଷ୍ଠିତ ପରମ୍ପରା ବିରୋଧୀ ବୋଲି ଉକ୍ତ ରିଜୋଲ୍ୟୁଶନରେ ପରାମର୍ଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୪ରେ ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କୁ ହରାଇ ହଇଚଇ ସୃଷ୍ଟି କରିଥିଲେ ଗୋବିନ୍ଦା, କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୨୯।୩: ୧୪ ବର୍ଷର ବଡ଼ ବ୍ୟବଧାନ ପରେ ଅଭିନେତା ଗୋବିନ୍ଦା ପୁଣିଥରେ ରାଜନୀତିକୁ ଫେରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ର ଠିକ୍‌ ପୂର୍ବରୁ ସେ ଦ୍ୱିତୀୟ...

ରିଲ୍‌ ଲାଇଫର ‘ରାମ’ଙ୍କ ପରି ପୂର୍ବରୁ ‘ରାବଣ’ଙ୍କୁ ମଧ୍ୟ ଟିକେଟ୍‌ ଦେଇଛି ଭାଜପା, ଜାଣନ୍ତୁ ‘ଲଙ୍କେଶ’ଙ୍କ କିପରି ଥିଲା ରାଜନୈତିକ କ୍ୟାରିୟର

ମୁମ୍ବାଇ: ଚାରି ଦଶକ ପୂର୍ବରୁ ଟିଭି ସିରିଆଲରେ ଲୋକପ୍ରିୟ ହୋଇଥିଲା ରାମାୟଣ। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ହିନ୍ଦୁଙ୍କ ରିଅଲ ଲାଇଫର...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

କଂଗ୍ରେସ ଏହି ଖୁସିକୁ ସହି ପାରିଲା ନାହିଁ, କାହିଁକି ଏମିତି କହିଲେ କଙ୍ଗନା

ଶିମଲା,୨୯।୩: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ନେଇ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ...

କଂଗ୍ରେସ ପରେ ବଢିଲା ଏହି ଦଳର ମୁଣ୍ଡବ୍ୟଥା, ଆୟକର ବିଭାଗରୁ ମିଳିଲା ନୋଟିସ

ନୂଆଦିଲ୍ଲୀ,୨୯।୩: କଂଗ୍ରେସ ପରେ ଏବେ ଅନ୍ୟ ଏକ ଦଳର ସମସ୍ୟା ବଢିଥିବା ସୂଚନା ମିଳିଛି। ଏହି ପାର୍ଟିକୁ ଆୟକର ବିଭାଗ ପକ୍ଷରୁ ଏକ ନୋଟିସ ମଧ୍ୟ...

ଆସିଲା ମୁଖତାର ଅନସାରୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଏହି କାରଣ ପାଇଁ ହୋଇଛି ମୃତ୍ୟୁ

ବାନ୍ଦା,୨୯।୩: ମାଫିଆ ମୁଖତାର୍‌ ଅନସାରୀଙ୍କ ଶବ ବ୍ୟବଚ୍ଛେଦ ପରେ ହୃଦ୍‌ଘାତ ହେତୁ ତାଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ପୋଷ୍ଟମର୍ଟମ ଘରୁ ବାହାରକୁ ଆସିଥିବା ଡାକ୍ତରମାନେ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ଏହି ରାଜ୍ୟରେ ଭାଜପାକୁ ହେଲା ପ୍ରାର୍ଥୀଙ୍କ ଅଭାବ, କଂଗ୍ରେସ ନେତାଙ୍କୁ ବାଣ୍ଟିଦେଲା ୬୦ଭାଗ ଟିକେଟ୍‌!

ନୂଆଦିଲ୍ଲୀ,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପାର୍ଟିର ନେତାଙ୍କ ମଧ୍ୟରେ ଦଳବଦଳ କାର୍ଯ୍ୟକ୍ରମ ଖୁବ୍‌ ଜୋର୍‌ରେ ଜାରି ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri