Posted inଜାତୀୟ

କେନ୍ଦ୍ରକୁ ମିଳୁନି ରାଜ୍ୟର ସମର୍ଥନ: କେସିଆରଙ୍କୁ ମୋଦିଙ୍କ କଡ଼ା ସମାଲୋଚନା…

ହାଇଦ୍ରାବାଦ,୮।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତେଲେଙ୍ଗାନାକୁ ଅନେକ ପ୍ରକଳ୍ପ ଉପହାର ଦେଇଛନ୍ତି। ତେଲେଙ୍ଗାନାର ସିକନ୍ଦରାବାଦ ରେଳ ଷ୍ଟେଶନର ପୁନର୍ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ମୂଳଦୁଆ ପକାଇଛନ୍ତି। ସେ ସିକନ୍ଦରାବାଦରୁ ତିରୁପତି ପର୍ଯ୍ୟନ୍ତ ଚାଲୁଥିବା ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀ ତେଲେଙ୍ଗାନାର ଲୋକଙ୍କୁ ମଧ୍ୟ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର)ଙ୍କୁ କଡ଼ା ସମାଲୋଚନା କରିଥିଲେ।

ରାଜ୍ୟରେ କେସିଆରଙ୍କ ରାଜନୀତିକୁ ଆକ୍ଷେପ କରି କହିଛନ୍ତି, ହାତଗଣତି କିଛି ଲୋକ ବିକାଶ କାର୍ଯ୍ୟକୁ ଡରୁଛନ୍ତି। ସେମାନେ ପରିବାରବାଦ, ଆତ୍ମୀୟବାଦ ଏବଂ ଦୁର୍ନୀତିକୁ ଜାଣିଶୁଣି ପ୍ରୋତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟରେ କାମ କରୁଥିତ୍ବା ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଭଳି ରାଜନେତାମାନଙ୍କର ଦେଶ, ରାଜ୍ୟ ତଥା ସମାଜର କଲ୍ୟାଣ ସହିତ କୌଣସି ସମ୍ପର୍କ ନାହିଁ। ସେମାନେ କେବଳ ସେମାନଙ୍କର ବଂଶର ଉନ୍ନତି ଦେଖିବାକୁ ଚାହାଁନ୍ତି। ତେଲେଙ୍ଗାନା ଏହିପରି ଲୋକଙ୍କ ପ୍ରତି ସତର୍କ ରହିବା ଆବଶ୍ୟକ।

କେନ୍ଦ୍ରକୁ ରାଜ୍ୟ ସରକାରଙ୍କ ସମର୍ଥନ ମିଳୁନି। ଫଳରେ ବହୁ ବିକାଶମୂଳକ କାର୍ଯ୍ୟ ସମ୍ଭବ ହୋଇ ପାରୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?