Posted inଜାତୀୟ

୩୦ରେ କେନ୍ଦ୍ର-କୃଷକ ଆଲୋଚନା

ନୂଆଦିଲ୍ଲୀ, ୨୯।୧୨(ପି.ଟି.) : ନୂଆ କୃଷି ଆଇନକୁ ନେଇ ଚାଷୀମାନଙ୍କ ଆନ୍ଦୋଳନ ଦ୍ୱିତୀୟ ମାସରେ ପହଞ୍ଚତ୍ଥିବାବେଳେ ୩୦ ତାରିଖରେ ପରବର୍ତ୍ତୀ ପର୍ଯ୍ୟାୟ ଆଲୋଚନା ପାଇଁ କେନ୍ଦ୍ର ସରକାର ସୋମବାର ଆନ୍ଦୋଳନରତ ୪୦ ଚାଷୀ ସଂଗଠନକୁ ଆମନ୍ତ୍ରଣ କରିଛନ୍ତି। ଆଲୋଚନା ମାଧ୍ୟମରେ ସମସ୍ତ ଆନୁଷଙ୍ଗିକ ପ୍ରସଙ୍ଗର ତାର୍କିକ ସମାଧାନ କରାଯିବା ସହ କୃଷି ଆଇନକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂର ହେବ ବୋଲି ସରକାର କହିଛନ୍ତି। ଚାଷୀମାନେ ମଙ୍ଗଳବାର ଆଲୋଚନା ଲାଗି ପୂର୍ବରୁ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। ଆଲୋଚନାରେ ୩ କୃଷି ଆଇନ ପ୍ରତ୍ୟାହାର ପ୍ରସଙ୍ଗ ସ୍ଥାନ ଦେବାକୁ ସେମାନେ ଦାବି କରିଥିଲେ।
କୃଷି ସଚିବ ସଞ୍ଜୟ ଅଗ୍ରଓ୍ବାଲ କୃଷକ ସଂଗଠନଗୁଡ଼ିକୁ ପତ୍ର ଲେଖି ବୁଧବାର ଅପରାହ୍ନ ୨ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆଲୋଚନା ପାଇଁ ଆମନ୍ତ୍ରଣ କରିଛନ୍ତି। ଏହା ପୂର୍ବରୁ ସରକାରଙ୍କ ସହ ଚାଷୀନେତାଙ୍କ ବୈଠକ ଡିସେମ୍ବର ୫ରେ ହୋଇଥିଲା। ୩ କୃଷି ଆଇନ ପ୍ରତ୍ୟାହାରର ଉତ୍ତର ସରକାର ‘ହଁ କିମ୍ବା ନା’ରେ ଦେବାକୁ ଚାଷୀମାନେ ଆଲୋଚନା ବେଳେ ଦାବି କରିଥିଲେ। ସରକାର ସ୍ପଷ୍ଟ ଉଦ୍ଦେଶ୍ୟ ଓ ଖୋଲା ମନରେ ସମସ୍ତ ଆନୁଷଙ୍ଗିକ ପ୍ରସଙ୍ଗରେ ତାର୍କିକ ସମାଧାନ ବାହାର କରିବାକୁ ପ୍ରତିଶ୍ରୁତିବଦ୍ଧ। ୩ କୃଷି ଆଇନ, ଏମ୍‌ଏସ୍‌ପି ବ୍ୟବସ୍ଥା, ବିଦ୍ୟୁତ୍‌ ସଂଶୋଧନ ବିଲ୍‌, ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ଲାଗି ଅଧ୍ୟାଦେଶ ଆଣିବା ପ୍ରସଙ୍ଗ ଉପରେ ଆଲୋଚନା କରାଯିବ ବୋଲି ଅଗ୍ରଓ୍ବାଲ ପତ୍ରରେ ଉଲ୍ଲେଖ କରିଛନ୍ତି। ତେବେ ଚାଷୀମାନଙ୍କ ମୁଖ୍ୟ ସର୍ତ୍ତ ଆଇନ ପ୍ରତ୍ୟାହାର ସମ୍ପର୍କରେ ସରକାରଙ୍କ ଚିଠିରେ କିଛି ଉଲ୍ଲେଖ ନାହିଁ।
ପୂର୍ବରୁ କେନ୍ଦ୍ର ସହ କୃଷକ ସଂଗଠନଗୁଡ଼ିକର ୫ ପର୍ଯ୍ୟାୟ ଆଲୋଚନା ବିନା ନିଷ୍କର୍ଷରେ ଶେଷ ହୋଇଛି। ଡିସେମ୍ବର ୯ରେ ଷଷ୍ଠ ପର୍ଯ୍ୟାୟ ଆଲୋଚନା ହେବାକୁ ଥିବାବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ସହ ଚାଷୀନେତାମାନଙ୍କର ଏକ ଅଣଆନୁଷ୍ଠାନିକ ବୈଠକ ପରେ ଏହାକୁ ବାତିଲ କରିଦିଆଯାଇଥିଲା। ସରକାର ନୂଆ ଆଇନରେ ୭-୮ଟି ସଂଶୋଧନ ସହ ଏମ୍‌ଏସ୍‌ପି ସଂଗ୍ରହ ବ୍ୟବସ୍ଥା ଉପରେ ଲିଖିତ ପ୍ରତିଶ୍ରୁତି ଦେବେ ବୋଲି ପ୍ରସ୍ତାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri