Posted inଜାତୀୟ

କେନ୍ଦ୍ର ସରକାର ଫେବୃଆରୀ ପହିଲା ମଧ୍ୟରେ ବକେୟା ନଦେଲେ ଧାରଣାରେ ବସିବି: ମମତା

କୋଲକାତା,୩୧।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ରର ବକେୟା ଦେବାକୁ ନେଇ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି। ଯଦି କେନ୍ଦ୍ର ଫେବୃଆରୀ ପହିଲା ମଧ୍ୟରେ ରାଜ୍ୟର ବକେୟା ନ ଦିଏ ତେବେ ସେ ଧାରଣାରେ ବସିବେ। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଦଳୀୟ କର୍ମକର୍ତ୍ତା ଏବଂ ଧନ ନ ମିଳିବା ଦ୍ୱାରା ପ୍ରଭାବିତ ଲୋକଙ୍କୁ ଧାରଣାରେ ଯୋଗଦେବାକୁ କହିଛନ୍ତି। ତେବେ କୋଲକାତାର ରେଡ୍‌ ରୋଡ ଅଞ୍ଚଳରେ ଥିବା ବି ଆର୍‌ ଆମ୍ବେଦକର ପ୍ରତିମା ନିକଟରେ ଏହା ଆୟୋଜନ କରାଯିବ।

ମମତା କହିଛନ୍ତି, ମୁଁ ସମସ୍ତ ବକେୟା ଦେବା ଲାଗି ଫେବୃଆରୀ ପହିଲା ଯାଏ ସମୟ ଦେଇଛି। ଯଦି ତାହା ହେବ ନାହିଁ ତେବେ ପରଦିନ ଅର୍ଥାତ ଫେବୃଆରୀ ୨ରେ ଧାରଣାରେ ବସିବି। କେବଳ ଆନ୍ଦୋଳନ ଜରିଆରେ ତାହା ହାସଲ କରିହେବ ବୋଲି ଜାଣେ। ସମସ୍ତ ଦଳର ନେତା ଏବଂ କର୍ମକର୍ତ୍ତା ଏଥିରେ ଭାଗ ନିଅନ୍ତୁ ବୋଲି ଚାହୁଁଛି। ମୁଁ ସମସ୍ତଙ୍କ ସମର୍ଥନ ଚାହୁଁଛି।

କହିରଖୁଛୁ, ମମତାଙ୍କ ଦାବି ଯେ ମହାତ୍ମା ଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଅଧିନିୟମ(ମନରେଗା) ଏବଂ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା(ପିଏମ୍‌ଜିଏଓ୍ବାଇ) ଅଧୀନରେ କେନ୍ଦ୍ର ସରକାର ଦ୍ୱାରା ସଞ୍ଚାଳିତ ଅନେକ ଯୋଜନାରେ ରାଜ୍ୟର ୭୦୦୦ କୋଟି ଟଙ୍କା ବକେୟା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri